ପ୍ରମୂଖ ଖବର
  • ରାଜ୍ୟରେ ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରାଜ୍ୟରେ ୩ୟ ପର୍ଯ୍ୟାୟ ମତଦାନ, ଅପରାହ୍ନ ୩ଟା ସୁଦ୍ଧା ୪୮.୪୪ ପ୍ରତିଶତ ଭୋଟିଂ

ଭୁବନେଶ୍ବର,୨୫।୫ : ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି। ୬ ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ମତଦାନ ହେଉଛି।  ଅପରାହ୍ନ ୩ଟା ସୁଦ୍ଧା ରାଜ୍ୟରେ  ୪୮.୪୪ ପ୍ରତିଶତ ଭୋଟିଂ ହୋଇଛି। କଟକ ସଂସଦୀୟ କ୍ଷେତ୍ରରେ   ୪୩.୫୨ପ୍ରତିଶତ, ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ   ୫୦.୪୦ ପ୍ରତିଶତ,  ପୁରୀ ସଂସଦୀୟ କ୍ଷେତ୍ରରେ   ୪୮.୭୧ ପ୍ରତିଶତ,  ସମ୍ବଲପୁର ସଂସଦୀୟ କ୍ଷେତ୍ରରେ   ୫୨.୭୭ ପ୍ରତିଶତ,  ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ    ୪୨.୫୩ ଓ  କେନ୍ଦୁଝର ସଂସଦୀୟ କ୍ଷେତ୍ରରେ   ୫୩.୨୯  ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି। 

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ରାଜ୍ୟର ବହୁ ହେଭିଓ୍ବେଟ ନେତାଙ୍କ ଭାଗ୍ୟ ଭୋଟର ନିର୍ଦ୍ଧାରଣ କରୁଛନ୍ତି।ଏହି ପର୍ଯ୍ୟାୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅଶୋକ ପଣ୍ଡା, ବାସନ୍ତୀ ହେମ୍ବ୍ରମ, ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ମିଶ୍ର, ଅରୁଣ ସାହୁ, ସଞ୍ଜୟ ଦାସବର୍ମା, ରୋହିତ ପୂଜାରୀ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ, କଟକ ସାଂସଦ ଭର୍ତ୍ତୃହରି ମହତାବ, ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ତଥା ପୁରୀର ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର, କଟକ ଲୋକସଭା ପ୍ରାର୍ଥୀ ସଂତୃପ୍ତ ମିଶ୍ର ପ୍ରମୁଖ ବହୁ ହେଭିୱେଟ୍‌ ନେତା ଲଢୁଛନ୍ତି । 


ଆହୁରି ପଢନ୍ତୁ : ଗୁଳିମାଡ଼ରେ ୨ ଗୁରୁତର, ଭୋଟ ଦେବାକୁ ଗାଁକୁ ଆସିଥିଲେ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.