ଭୁବନେଶ୍ଵର, ୦୯/୧୧ : ଆସନ୍ତା ନଭେମ୍ଵର ୨୪ରେ ମିଳିବ ସୁଭଦ୍ରା ଟଙ୍କା। ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ। ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଟଙ୍କା ଯିବ। ସୁନ୍ଦରଗଡ଼ରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ୩ୟ ପର୍ଯ୍ୟାୟ ଟଙ୍କା ବଣ୍ଟାଯିବ। ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ସୂଚନାନୁଯାୟୀ, ଗତ ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଥମ କିସ୍ତିର ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୨୫ ଲକ୍ଷ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା । ଅକ୍ଟୋବର ୯ରେ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଯାଇଥିଲା। ବର୍ତ୍ତମାନ ସୁଦ୍ଧା ୬୦ ଲକ୍ଷ ମହିଳାଙ୍କ ଆକାଉଣ୍ଟ ସୁଭଦ୍ରା ଟଙ୍କା ପଠାଯାଇ ସାରିଛି। ଖବ୍ଶୀଘ୍ର ବାକି ଥିବା ଯୋଗ୍ୟ ହିତାଧିକାରୀଙ୍କୁ ଆକାଉଣ୍ଟଙ୍କୁ ପଠାଯିବ। ଏହି ଯୋଜନା ପାଇଁ ୧ କୋଟିରୁ ଅଧିକ ମହିଳା ଆବେଦନ କରିଥିଲେ।
ବର୍ଷକୁ ଦୁଇଟି କିସ୍ତିରେ ମିଳିବ ୧୦ ହଜାର ଟଙ୍କା । ୫ ବର୍ଷରେ ଆକାଉଣ୍ଟକୁ ଆସିବ ମୋଟ ୫୦ ହଜାର ନଗଦ ରାଶି । ଚଳିତ ଆର୍ଥିକ ବର୍ଷରୁ ଲାଗୁ ହୋଇଛି ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା ।