ପ୍ରମୂଖ ଖବର
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ରାଜସ୍ୱ ମନ୍ତ୍ରୀଙ୍କ କାରକେଡକୁ ପଥରମାଡ଼ ଓ ପୁଲିସକୁ ମାଡ଼ ମାରିବା ଘଟଣା : ମହିଳାଙ୍କ ସମେତ ୪ ଗିରଫ

Published By : Prameya | March 24, 2025 11:52 PM

ବାଙ୍ଗିରିପୋଷି,୨୪ା୩(ଆପ୍ର): ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ କାର୍‌କେଡ୍‌ ଗାଡ଼ି ଉପରକୁ ପଥର ମାରି କାଚ ଭାଙ୍ଗିବା,  ପୁଲିସକୁ ମାଡ଼ ମାରିବା ଘଟଣାରେ ବାଙ୍ଗିରିପୋଷି ପୁଲିସ ନେଇଛି କଡ଼ା ଆକ୍ସନ । ଉକ୍ତ ଘଟଣାରେ ସମ୍ପୃକ୍ତ ଜଣେ ମହିଳାଙ୍କ ସମେତ ଚାରିଜଣଙ୍କୁ ବାଙ୍ଗିରିପୋଷି ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ  ଅଭିଯୁକ୍ତମାନେ ହେଲେ ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ରେଳଷ୍ଟେସନ ନିକଟସ୍ଥ ହାଣଦା ଗ୍ରାମର ପ୍ରତିମା ଚାଟାର୍ଜୀ (ପୁତୁଲ), ମଝିଗାଁ ଗ୍ରାମର ସୁନୀଲ ଶର୍ମା (୪୦), ହାଣଦା ଗ୍ରାମର ବିଶ୍ୱନାଥ ସାହୁ (୩୫) ଓ ସୋମପ୍ରକାଶ ସାହୁ (୨୧) । ଘଟଣା ସ୍ଥାନରେ ଡିୟୁଟିରେ ଥିବା ପୁଲିସ ଏସ୍‌ଆଇ ସସ୍ମିତା ସାମଲଙ୍କ ଲିଖିତ ଅଭିଯୋଗ କ୍ରମେ ଏହି ଘଟଣାରେ ମୋଟ୍‌ ୧୯ ଜଣଙ୍କ ନାଁରେ ପୁଲିସ ମାମଲା ଦାୟର କରିଥିବାବେଳେ ଅନ୍ୟ ପଚାଶ ଜଣ ଥିବା ମଧ୍ୟ ଦର୍ଶାଇଛି । 

ବାଙ୍ଗିରିପୋଷି ଥାନା ଅଧିକାରୀ ବୀରେନ୍ଦ୍ର ସେନାପତିଙ୍କ ସୂଚନା ମୁତାବକ, ଗତ ରବିବାର ମୟୂରଭଞ୍ଜ ଜିଲ୍ଲାକୁ କାଳବୈଶାଖୀ କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଗୃହ ଓ ନଗରଉନ୍ନୟନ ମନ୍ତ୍ରୀ ଡ଼ା. କୃଷ୍ଣଚନ୍ଦ୍ର ମହାପାତ୍ର ବାଙ୍ଗିରିପୋଷି ପହଞ୍ଚି କ୍ଷତିଗ୍ରସ୍ତ ଅଞ୍ଚଳ ଅନୁଧ୍ୟାନ କରିଥିଲେ । ତେବେ ଅଭିଯୁକ୍ତମାନେ ଲାଠି ଓ ଠେଙ୍ଗା ଧରି ଭିଭିଆଇପି ଯିବା ରାସ୍ତା ଅବରୋଧ କରିଥିଲେ । ଡିୟୁଟିରେ ଥିବା ପୁଲିସ କର୍ମଚାରୀ ଏବଂ ସରକାରୀ କର୍ମଚାରୀ, ଡେଲିଗେଟ୍‌ସ ଉପରକୁ ଢେଲା ପଥର ମାଡ଼ କରିଥିଲେ । ଏହି ଘଟଣାରେ ହେଲିପ୍ୟାଡରୁ ଫେରୁଥିବା କାର୍‌କେଡ୍‌ ଗାଡିର କାଚ ଭାଙ୍ଗି ଯାଇଥିଲା।  ସେମାନଙ୍କ ଆକ୍ରମଣରେ ଧ୍ରୁବଚରଣ ସାହୁ ନାମକ ଜଣେ ପୁଲିସ କନେଷ୍ଟବଳ ମଧ୍ୟ ଆହତ ହୋଇଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.