ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଗଜବନ୍ଧର ପୂର୍ବତନ ସରପଞ୍ଚ ହତ୍ୟା ମାମଲା, ୪ ଅଭିଯୁକ୍ତ ଗିରଫ

Published By : Rasmita Pradhan | July 15, 2025 3:04 PM

ବିନିକା/ସୋନପୁର, ୧୫/୦୭ : ସୁବର୍ଣ୍ଣପୁର ଜିଲ୍ଲା ଗଜବନ୍ଧ ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବର୍ତ୍ତମାନର ସରପଞ୍ଚଙ୍କ ସ୍ଵାମୀ ବଲ୍ଲଭ କ୍ଷେତିଙ୍କ ହତ୍ୟା ମାମଲାରେ ୪ ଅଭିଯୁକ୍ତ ଗିରଫ। ଅଭିଯୁକ୍ତମାନେ ହେଲେ ରାମପୁର ଥାନା ବ୍ରାହ୍ମଣୀପାଲି ଗ୍ରାମର ଯୋଗେଶ୍ୱର ଭୋଇ(୪୨ ବର୍ଷ), ପଣ୍ଡରାପାଲି ଗ୍ରାମର ଗୋବିନ୍ଦ ବେହେରା (୨୬ ବର୍ଷ), ଗଜବନ୍ଧ ଗ୍ରାମର ସୁଜେଇ ଧନ୍ୟଞ୍ଜୟ ପଶାୟତ (୪୦ ବର୍ଷ) ଏବଂ ହୃଷିକେଶ ବଗର୍ତ୍ତୀ (୫୪ ବର୍ଷ)। ସମସ୍ତଙ୍କୁ ସୋନପୁର ଜେଲ ହାଜତକୁ ପଠାଯାଇଛି। ଏନେଇ ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ସୂଚନା ଦେଇଛନ୍ତି। 

ସୂଚନାନୁଯାୟୀ, ଗତ ୧୧ ତାରିଖ ରାତିରେ ବଲ୍ଲଭ କ୍ଷେତି ଘରକୁ ଫେରୁଥିବା ବେଳେ କେନପାଲି ରାସ୍ତାରେ ତାଙ୍କୁ ଅଟକାଇ ଧାରୁଆ ଅସ୍ତ୍ରରେ ହାଣି ଦେଇଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ କିଛି ଲୋକ ଉଦ୍ଧାର କରି ଡୁଙ୍ଗୁରିପାଲି ଡାକ୍ତରଖାନାକୁ ନେଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୂର୍ବ ଶତ୍ରୁତାରୁ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘାଟଣର ପୁଙ୍ଖାନୁପୁଙ୍ଖ ତଦନ୍ତ କରି ପୁଲିସ ହତ୍ୟାରେ ସମ୍ପୃକ୍ତ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ରାମପୁର କୋର୍ଟକୁ ଚାଲାଣ କରିଥିଲା। ସେଠାରେ ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ସୋନପୁର ଜେଲ ହାଜତକୁ ପଠାଯାଇଥିବା ଏସପି କହିଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.