ପ୍ରମୂଖ ଖବର
  • ଜନ୍ମବେଦିରୁ ବାହୁଡ଼ିଲେ ଦାରୁବ୍ରହ୍ମ,ବୁଧବାର ସୁନାବେଶ, ଗୁରୁବାର ଅଧରପଣା, ଶୁକ୍ରବାର ନୀଳାଦ୍ରି ବିଜେ
  • ||
  • ଝାରସୁଗୁଡ଼ା: ଧାର ଟଙ୍କା ଫେରସ୍ତକୁ ନେଇ ଗୁଳିକାଣ୍ଡ, ଜଣେ ଆହତ
  • ||
  • ବିଶ୍ୱ ସର୍ପ ଦିବସ: ବର୍ଷା ଦିନେ ସତର୍କତା ଜରୁରି, ୫ ବର୍ଷରେ ଗଲାଣି ୫୨୧୯ ଜୀବନ
  • ||
  • ବାରିପଦା : ସ୍କୁଟିକୁ ଧକ୍କା ଦେଲା ଟ୍ରକ୍, ୨ ମୃତ
  • ||
  • ମୁମ୍ବାଇ ଏକ୍ସପ୍ରେସ ହାଇୱେରେ ବସ୍-ଟ୍ରାକ୍ଟର ମୁହାଁମୁହିଁ ଧକ୍କା, ୫ମୃତ, ୪୨ ଆହାତ
  • ||
  • ସଇଁନ୍ତଳା ରାଇସମିଲ ନିକଟରେ ହାଇୱା ଟ୍ରକକୁ ପିଟିଲା ଯାତ୍ରୀବାହୀ ବସ୍‌, ଏକାଧିକ ଯାତ୍ରୀ ଆହତ
  • ||
  • ରାଜ୍ୟରେ ଲଘୁଚାପ ସକ୍ରିୟ: ୧୭ରୁ ବଢ଼ିବ ବର୍ଷା, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷିବ
  • ||

ବାଇକ ଉପରେ ଚଢ଼ିଗଲା ହାଇଓ୍ବା, ଗୋଟିଏ ପରିବାରର ୪ ମୃତ

ଢେଙ୍କାନାଳ,୨୦।୫ : ଢେଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଅନ୍ତର୍ଗତ ପିଙ୍ଗୁଆ ନିକଟରେ ଘଟିଛି  ମର୍ମନ୍ତୁଦ ଦୁର୍ଘଟଣା । ବାଇକ ଉପରେ ଚଢ଼ିଗଲା ହାଇଓ୍ବା।ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ଘଟିଛି। ବାପା-ମା’ଙ୍କ ସହ ଓ ୨ଛୁଆଙ୍କର ମୃତ୍ୟୁ ଘଟିଛି। ସମସ୍ତ ମୃତକ ନିକଟସ୍ଥ ଖଙ୍କିରା ଗାଁର । ଦୁର୍ଘଟଣା ଘଟାଇ ହାଇୱ  ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି। 

ଖଙ୍କିରା ଗ୍ରାମର ଏକ ଦମ୍ପତି ତାଙ୍କର ୧୧ ବର୍ଷୀୟ ପୁଅ ଓ ୫ ବର୍ଷୀୟା ଝିଅଙ୍କୁ ଏକ ପଲସର ବାଇକ ଯୋଗେ ନିକଟସ୍ଥ ବନ୍ଧୁ ଘରକୁ ଯାଉଥିଲେ। ସାମନା ପଟୁ ଆସୁଥିବା ହାଇୱା ଗାଡି ସହ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ସ୍ୱାମ- ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିଲା । ନାବାଳକ ଶିଶୁଙ୍କୁ ନିକଟସ୍ଥ ବରପଦା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ହାଇୱା ଡ୍ରାଇଭର ଘଟଣାସ୍ଥଳରୁ ଫେରାର୍ ହୋଇଯାଇଥିବା ବେଳେ ଗାଡିକୁ ପୋଲିସ ଜବତ କରି ତଦନ୍ତ ଚଳାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.