ପ୍ରମୂଖ ଖବର
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ଗର୍ଭବତୀ ମହିଳାଙ୍କୁ ଗୁଳି କରି ହତ୍ୟା ଘଟଣା: ୪ ଅଟକ

Published By : Harapriya Sethi | December 13, 2024 10:51 AM

ବଣାଇ,୧୩/୧୨: ଗର୍ଭବତୀ ମହିଳାଙ୍କୁ ଗୁଳି କରି ହତ୍ୟା ଘଟଣାରେ ୪ ଜଣଙ୍କୁ ଅଟକ ରଖିଲା ପୋଲିସ । ମହିଳାଙ୍କ ସ୍ୱାମୀ ଏବଂ ଜଣେ ପୋଲିସ କର୍ମଚାରୀଙ୍କ ସହ ଗ୍ରାମର ୨ ଜଣ ଯୁବକଙ୍କୁ ଅଟକ ରଖି ପଚରା ଉଚରା କରୁଛି ପୋଲିସ । ସୁନ୍ଦରଗଡ ଜିଲ୍ଲା ଟିକାୟତପାଲି ଥାନା ଅନ୍ତର୍ଗତ ଝିର୍ଡପାଲୀ ଗ୍ରାମରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ବୁଧବାର ବିଳମ୍ୱିତ ରାତିରେ ଲୁଟ୍ କରିବାକୁ ଆସି ଗର୍ଭବତୀ ମହିଳାଙ୍କୁ ଗୁଳି ମାଡ କରିଥିଲେ ଦୁର୍ବୃତ୍ତ । ମହିଳାଙ୍କୁ ଗୁରୁତର ଅବସ୍ଥାରେ ଦେଖି ଘଟଣାସ୍ଥଳରୁ ଲୁଟେରାମାନେ ଫେରାର ହୋଇଥିଲେ । ଗୁରୁତର ଅବସ୍ଥାରେ ମହିଳାଙ୍କୁ ଉଦ୍ଧାର କରି ଡାକ୍ତଖାନାରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ମାମଲା ରୁଜୁ ହେବା ପରେ ଟିକାୟତପାଲି ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା । ତଦନ୍ତ କରି ମୃତ ମହିଳାଙ୍କ ସ୍ୱାମୀ ଏବଂ ଜଣେ ପୋଲିସ କର୍ମଚାରୀଙ୍କ ସମେତ ଗାଁର ଆଉ ଦୁଇ ଜଣ ଯୁବକଙ୍କୁ ଅଟକ ରଖିଛି ପୋଲିସ । ସେମାନଙ୍କୁ ପଚରା ଉଚରା କରି ଘଟଣାର ଅଧିକ ତଦନ୍ତ ଚଳାଇଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.