ପ୍ରମୂଖ ଖବର
  • ସମ୍ବଲପୁର: ତପସ୍ବନୀ ଏକ୍ସପ୍ରେସ୍‌କୁ ପଥର ମାଡ଼, ଭାଙ୍ଗିଲା ଟ୍ରେନ୍ କାଚ୍
  • ||
  • ରାତି ୨ଟା ୩୦ରେ ମୁନିର ଫୋନ୍ କରିଥିଲେ; କହିଲେ ଭାରତ ହମଲା କରିଦେଲା...ନୂର ଏୟାରବେସ୍‌ରେ ମିସାଇଲ ମାଡ଼କୁ ମାନିଲେ ଶେହବାଜ
  • ||
  • ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପ୍ରସ୍ତୁତି, ପବିତ୍ର ସ୍ନାନଯାତ୍ରା ଓ ରଥଯାତ୍ରାର ନୀତି ନିର୍ଘଣ୍ଟ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିବ ବୈଠକ
  • ||
  • ରବିବାର ଇସ୍ରୋର ୧୦୧ତମ ଉତ୍‌କ୍ଷେପଣ, ଶ୍ରୀହରିକୋଟାରୁ ଲଞ୍ଚ୍‌ ହେବ ଇସ୍ରୋର ଇଓଏସ୍‌-୯ ମିଶନ
  • ||
  • IPL 2025: ୧୦ ଦିନ ପରେ ଫେରିଲା ଫଟାଫଟ୍ କ୍ରିକେଟ୍, ଆଜି ରୟାଲ ଚ୍ୟାଲେଞ୍ଜର୍ସକୁ ଭେଟିବ ନାଇଟ୍‌ ରାଇଡର୍ସ
  • ||
  • ଭୁବନେଶ୍ୱର : ବାଇକ୍‌ରେ ଆସି କାର୍‌ କାଚ ଭାଙ୍ଗିଲେ ଦୁର୍ବୃତ୍ତ, ଅଭିଯୁକ୍ତ ଫେରାର
  • ||
  • ବାସୁଦେବପୁର : ଭୋଜି ଖାଇ ଫେରିବା ବେଳେ ଓଲଟିଲା ଚାରି ଚକିଆ ଗାଡି, ୧୦ରୁ ଉର୍ଦ୍ଧ୍ଵ ଗୁରୁତର
  • ||
  • ମେ' ୨୦ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ, ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରକ୍ରିୟା
  • ||
  • କାଳବୈଶାଖୀ ଆସିବ, ଆଶ୍ୱସ୍ତି ଦେବନି: ୬ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା କମ୍
  • ||

ମନ୍ଦିରରେ ଠାକୁରଙ୍କୁ ଦର୍ଶନ ବେଳେ ମହୁ ମାଛି ଆକ୍ରମଣ : ୪ ଗୁରୁତର

Published By : Prameya | May 15, 2025 5:49 PM

ମୋହନା,୧୫।୫   ମନ୍ଦିରରେ ଠାକୁର  ଦର୍ଶନ ବେଳେ ବିନ୍ଧିଲା ମହୁମାଛି l ଫଳରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ଏଭଳି ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ଥାନା ଚନ୍ଦ୍ରଗିରି ଶିବ ମନ୍ଦିରରେ l ଆହତ ମାନେ ହେଲେ ଲବାର୍ଶିଂ ଗ୍ରାମର କିରଣ ଦଳାଇ , ସୁଶୀଳା ଦଳାଇ ,ପାଢ଼ୀଆଁ ର ସତ୍ୟ ଶବର ଓ ନୀଳକଣ୍ଠ ଗୌଡ଼ । 

ଗୁରୁବାର ବୃଷ ସଂକ୍ରାନ୍ତି ଥିବା ବେଳେ ସମସ୍ତେ ଠାକୁର ଦର୍ଶନ ନିମନ୍ତେ ଚନ୍ଦ୍ରଗିରି ସ୍ଥିତ ଶିବମନ୍ଦିରକୁ ଯାଇଥିଲେ । ହଠାତ ବାଘ ମହୁ ମାଛି ସମସ୍ତଙ୍କୁ ଆକ୍ରମଣ କରିଥିଲେ । ମନ୍ଦିରକୁ ଆସିଥିବା ସମସ୍ତ ଭକ୍ତ ପ୍ରାଣ ବିକଳରେ ଏଣେ ତେଣେ ଦୌଡ଼ିଥିଲେ । ଆହତ ମାନେ ଚନ୍ଦ୍ରଗିରି ସ୍ଵାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହୋଇ ନିଜ ନିଜ ଘରକୁ ଫେରିଛନ୍ତି । ବର୍ତ୍ତମାନ ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ୍ ଥିବା କହିଛନ୍ତି ଚନ୍ଦ୍ରଗିରି ସ୍ଵାସ୍ଥ୍ୟ କେନ୍ଦ୍ର ଡାକ୍ତର ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.