ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଆଉ ୪ ଲକ୍ଷଙ୍କୁ ମଧୁବାବୁ ପେନ୍‌ସନ୍, ମୁଖ୍ୟମନ୍ତ୍ରୀ କଳାକାର ସହାୟତା ପାଇବେ ଅଧିକ ୩୦ ହଜାର ଟଙ୍କା

ଭୁବନେଶ୍ୱର, ୬।୦୨: ରାଜ୍ୟରେ ଆଉ ଅଧିକ ୪ ଲକ୍ଷ ଲୋକ ପାଇବେ ପେନ୍‌ସନ । ମଧୁବାବୁ ପେନ୍‌ସନ ଯୋଜନାରେ ସେମାନଙ୍କୁ ସାମିଲ କରାଯିବ । ସେହିଭଳି ମୁଖ୍ୟମନ୍ତ୍ରୀ କଳାକାର ସହାୟତା ମଧ୍ୟ ଆଉ ଅଧିକ ୩୦ ହଜାର କଳାକାର ପାଇବେ । ଏ ଦୁଇ ପ୍ରସ୍ତାବକୁ ଆଜି ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ବେଳେ ମଧୁବାବୁ ପେନ୍‌ସନରେ ସାମିଲ ହେବା ସହ କଳାକାର ସହାୟତା ପାଇବାକୁ ବହୁ ସଂଖ୍ୟାରେ ଲୋକ ଅନୁରୋଧ କରିଥିଲେ । ଲୋକମାନଙ୍କ ଆବେଦନକୁ ଗ୍ରହଣ କରି ଆଜି ମୁଖ୍ୟମନ୍ତ୍ରୀ ଏ ଦୁଇ ଯୋଜନାରେ ହିତାଧିକାରୀଙ୍କ ସଂଖ୍ୟା ବୃଦ୍ଧିକୁ ଅନୁମୋଦନ କରିବା ପରେ ଆବେଦନକାରୀଙ୍କ ମଧ୍ୟରେ ଖୁସି ପ୍ରକାଶ ପାଇଛି । ରାଜ୍ୟରେ ସମୁଦାୟ ମଧୁବାବୁ ପେନ୍‌ସନ ହିତାଧିକାରୀଙ୍କ ସଂଖ୍ୟା ଏବେ ୩୨.୭୫ ଲକ୍ଷ ରହିଛି । ଏଥିରେ ଆଉ ୪ ଲକ୍ଷ ବୃଦ୍ଧି ପାଇ ସଂଖ୍ୟା ୩୬.୭୫ ଲକ୍ଷରେ ପହଞ୍ଚିବ । 

ଏ ବାବଦରେ ରାଜ୍ୟ ସରକାର ମାସକୁ ୧୯୦.୨୦ କୋଟି ଟଙ୍କା ଖର୍ଚ୍ଚ କରିବେ । ମୁଖ୍ୟମନ୍ତ୍ରୀ ଗତ ଅଗଷ୍ଟରେ ଅତିରିକ୍ତ ୪.୧୩ ଲକ୍ଷ ଲୋକଙ୍କୁ ଏହି ଯୋଜନାରେ ସାମିଲ କରିଥିଲେ । ରାଜ୍ୟ ସରକାର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ସାମାଜିକ ସୁରକ୍ଷା ପ୍ରଦାନ କରିଥାନ୍ତି । ଏଥିରେ ବରିଷ୍ଠ ନାଗରିକ, ବିଧବା, ଭିନ୍ନକ୍ଷମ, ଅବିବାହିତା ମହିଳା, ସୁସ୍ଥ ହୋଇଥିବା କୁଷ୍ଠ ଓ ଏଡ୍‌ସ ରୋଗୀ, ଛାଡ଼ପତ୍ର ପାଇଥିବା ମହିଳା, କିନ୍ନର, କୋଭିଡ ଅନାଥ ପିଲା ମାନେ ସାମିଲ ହୋଇଥାନ୍ତି । ମଧୁବାବୁ ପେନ୍‌ସନ ଯୋଜନାରେ ଛୋଟ ପିଲାଠାରୁ ୭୯ ବର୍ଷ ପର୍ଯ୍ୟନ୍ତ ହିତାଧିକାରୀ ମାନେ ମାସକୁ ୫୦୦ ଟଙ୍କା ପାଇଥାନ୍ତି । ୮୦ ବର୍ଷ ବା ଅଧିକ ବୟସର ଲୋକ ମାସକୁ ୭୦୦ ଟଙ୍କା ପାଆନ୍ତି । ଭିନ୍ନକ୍ଷମ ବ୍ୟକ୍ତିଙ୍କ କ୍ଷେତ୍ରରେ ୪୦ ରୁ ୫୯ ପ୍ରତିଶତ ଅକ୍ଷମତା ଥିବା ଲୋକ ମାସକୁ ୫୦୦ ଟଙ୍କା, ୬୦ ପ୍ରତିଶତ ବା ଅଧିକ ଅକ୍ଷମତା ଥିବା ବ୍ୟକ୍ତି ୭୦୦ ଟଙ୍କା ପାଆନ୍ତି । ୬୦ ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ୮୦ ବର୍ଷ ବୟସରୁ ଉଦ୍ଧ୍ୱର୍ ଲୋକଙ୍କୁ ମାସିକ ୯୦୦ ଟଙ୍କା ମିଳିଥାଏ ।  

ସେହିଭଳି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଏକ ପ୍ରମୁଖ   ଯୋଜନା ହେଉଛି ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା । ଏହି ଯୋଜନାରେ ୫୦,୦୦୦ କଳାକାରଙ୍କୁ ମାସିକ ୧୨୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଉଛି । ବର୍ତ୍ତମାନ ଏହି ଯୋଜନାର ହିତାଧିକାରୀଙ୍କ ସଂଖ୍ୟା ୫୦ ହଜାରରୁ ୮୦ ହଜାରକୁ ବୃଦ୍ଧି କରା ଯାଇଛି । ଏହାଦ୍ୱାରା ରାଜ୍ୟର ଆଉ ୩୦ ହଜାର କଳାକାର ଉପକୃତ ହେବେ । ଆମର ଲୋକକଳା ଆମ ଜାତିର ଅସ୍ମିତା । ଆମ କଳାକାରମାନେ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାରକ ତଥା ବାର୍ତ୍ତାବହ ଅଟନ୍ତି । ଏହି ଯୋଜନାରେ ଅଧିକ କଳାକାରଙ୍କୁ ସାମିଲ କରାଯିବା ଯୋଗୁଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ବହୁ କଳାକାରମାନେ ଉତ୍ସାହିତ ଓ ଉପକୃତ ହେବେ । ଏହାଦ୍ୱାରା ଆମ କଳାର ସଂରକ୍ଷଣ, ବିକାଶ, ପ୍ରଚାର ଓ ପ୍ରସାର ହେବ । ଏହା ଆମ ଓଡ଼ିଶାର କଳା ଓ ସଂସ୍କୃତିକୁ ଅଧିକ ଋଦ୍ଧିମନ୍ତ କରିବ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.