ପ୍ରମୂଖ ଖବର
  • ଅପେକ୍ଷାର ହେଲା ଅନ୍ତ, ଖୋଲିଲା ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର, ଭିତର ଭଣ୍ଡାର ଖୋଲିବାକୁ ଚାଲିଛି ପକ୍ରିୟା
  • ||
  • ଶ୍ରୀମନ୍ଦିରକୁ ପ୍ରବେଶ କଲେ ୧୧ ଜଣ ସଦସ୍ୟ, ଦିନ ୧ଟା ୨୮ରେ ଶୁଭ ମୁହୂର୍ତ୍ତରେ ଫିଟିବ ଭିତର ଭଣ୍ଡାର ତାଲା
  • ||
  • ଶ୍ରୀଲୋକନାଥଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ସମ୍ପନ୍ନ, ରତ୍ନଭଣ୍ଡାର ଖୋଲିବାକୁ ଆସିଲା ଆଜ୍ଞାମାଳ
  • ||
  • ଚତୁର୍ଥ ଟି-ଟ୍ୱେଣ୍ଟ; ଜିମ୍ବାଓ୍ବେକୁ ୧୦ ୱିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ, ଆଜି ପଞ୍ଚମ ମୁକାବିଲା
  • ||
  • ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼, ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ସନ୍ଦିଗ୍ଧ ସୁଟର ମୃତ
  • ||
  • ପାଞ୍ଚ ଦଶନ୍ଧିର ଘଟିବ ଅନ୍ତ, ଆଜି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର, ଦିନ ୧ଟା ପରେ ଶୁଭ ମୁହୂର୍ତ୍ତରେ ଫିଟିବ ତାଲା
  • ||
  • ରାଜ୍ୟରେ ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା, ୧୮ରେ ଆଉ ଏକ ଘୂର୍ଣ୍ଣିବଳୟ
  • ||

ସ୍କୁଲରେ ପଢ଼ାଇବେ ଅତିଥି ଶିକ୍ଷକ, ନିଯୁକ୍ତ ହେବେ ୪୫୮୦ ଅବସରପ୍ରାପ୍ତ ଶିକ୍ଷକ

ଭୁବନେଶ୍ୱର, ୨୬/୦୬ : ସ୍କୁଲ ଶିକ୍ଷାକୁ ଦିଆଯିବ ଅଧିକ ଗୁରୁତ୍ୱ । ଶ୍ରେଣୀ ଗୃହରେ ଯେପରି ଶିକ୍ଷକ ଅଭାବରୁ ପାଠପଢ଼ାରେ କୌଣସି ଅସୁବିଧା ନହୁଏ, ସେଥିପ୍ରତି ଧ୍ୟାନ ଦିଆଯିବ । ଏଥିପାଇଁ ସ୍କୁଲରେ ନିଯୁକ୍ତ ହେବେ ଅତିଥି ଶିକ୍ଷକ । ମୋଟ ୪୫୮୦ ଜଣ ଅବସରପ୍ରାପ୍ତ ଶିକ୍ଷକଙ୍କୁ ପାଠପଢ଼ାରେ ନିୟୋଜିତ କରାଯିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର ସମସ୍ତ ସରକାରୀ, ପୂର୍ଣ୍ଣ ଅନୁଦାନପ୍ରାପ୍ତ, ବ୍ଲକ ଗ୍ରାଣ୍ଟ ହାଇସ୍କୁଲ ଓ ସଂସ୍କୃତ ଟୋଲରେ ଅତିଥି ଶିକ୍ଷକଙ୍କୁ ନିୟୋଜିତ କରାଯିବ । ୨୦୨୫ ମାର୍ଚ୍ଚ ଯାଏ ଏମାନେ ନିୟୋଜିତ ହେବେ । ଖାଲିଥିବା ପଦବି ପୂରଣ ନହେବା ପର୍ଯ୍ୟନ୍ତ ଅତିଥି ଶିକ୍ଷକମାନେ ପଢ଼ାଇବେ । 

ବିଭାଗ ପକ୍ଷରୁ ଜାରି ହୋଇଥିବା ସ୍ୱତନ୍ତ୍ର ଗାଇଡ୍‌ଲାଇନ୍‌ ଅନୁଯାୟୀ, ଚଳିତ ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଅତିଥି ଶିକ୍ଷକ ନିଯୁକ୍ତ କରାଯିବ । ଜିଲ୍ଲା ଶିକ୍ଷା ଅଧିକାରୀ ଖାଲି ପଦବି ପୂରଣ ନେଇ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ରିପୋର୍ଟ କରିବେ । କେଉଁଠି ନିଯୁକ୍ତିର ଆବଶ୍ୟକତା ରହିଛି ଜଣାଇବେ । ଯେଉଁ ସ୍କୁଲରେ ଆବଶ୍ୟକତାରୁ କମ୍‌ ଶିକ୍ଷକ ଥିବେ ସେଠାରେ ଅଗ୍ରାଧିକାର ଭାବେ ଅତିଥି ଶିକ୍ଷକଙ୍କୁ ନିୟୋଜିତ କରାଯିବ । ଏହି ନିଯୁକ୍ତି ଜିଲ୍ଲା ଶିକ୍ଷା ଅଧିକାରୀମାନେ ଜିଲ୍ଲାପାଳଙ୍କ ଅନୁମୋଦନରେ କରିବେ । ନୂତନ ଭାବେ ଟିଜିଟି ଶିକ୍ଷକ ନିଯୁକ୍ତି ପରେ ଉକ୍ତ ଅତିଥି ଶିକ୍ଷକମାନେ ଆଉ ସେହି ସ୍କୁଲରେ ପାଠ ପଢ଼ାଇବେ ନାହିଁ । ସେମାନଙ୍କୁ ଅନ୍ୟ ସ୍କୁଲ ଯେଉଁଠି ଶିକ୍ଷକଙ୍କ ଆବଶ୍ୟକତା ଥିବ ସେଠାରେ ନିୟୋଜିତ କରାଯିବ । ନିଯୁକ୍ତି ପରେ ସେମାନଙ୍କ ସମ୍ପୂର୍ଣ୍ଣ ରିପୋର୍ଟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ ପ୍ରଦାନ କରାଯିବ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.