PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ମାନବାଧିକାର ପ୍ରବକ୍ତା ଆଲେସ୍ ବାଲିଆସ୍କି ସହ ଦୁଇଟି ସଂଗଠନକୁ ମିଳିବ ପୁରସ୍କାର
  • ||
  • ଭୁବନେଶ୍ଵର : ଓଡ଼ିଶା ଲଳିତ କଳା ଏକାଡେମୀ ଉପସଭାପତି ତଥା ବିଶିଷ୍ଟ ଶିଳ୍ପୀ ଶ୍ରୀନିବାସ ପଢ଼ିଆରୀଙ୍କ ପରଲୋକ
  • ||
  • ମୁରିବାହାଲ : ଭିଜିଲାନ୍ସ ଜାଲରେ ମୁରିବାହାଲ ବ୍ଲକ APO ସୁଶାନ୍ତ କୁମାର ଦାସ, ୪୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ
  • ||
  • ବାଙ୍ଗିରିପୋଷି : ଶୌଚ ହେବାକୁ ଯାଇଥିବା ବେଳେ ଆକ୍ରମଣ କଲା ଦନ୍ତା, ଯୁବକ ମୃତ
  • ||
  • ଭୁବନେଶ୍ୱର : ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୨୫ ପୂର୍ବରୁ ଓଡ଼ିଶା ଛାଡ଼ିବନି ମୌସୁମୀ
  • ||
  • ଭଦ୍ରକ : ନଭେମ୍ୱର ୩ରେ ଧାମନଗର ଉପନିର୍ବାଚନ, ଆଜିଠୁ ନାମାଙ୍କନ ପତ୍ର ଦାଖଲ
  • ||
  • ତେଲକୋଇ : ଶୁଝି ପାରିଲେନି କିସ୍ତି, ଆତ୍ମହତ୍ୟା କଲେ ଅସହାୟ ଟ୍ରକ ମାଲିକ
  • ||
  • ମୋହନା : ଜଙ୍ଗଲରୁ ବିପୁଳ ପରିମାଣର କାଠ ଗଣ୍ଡି ଜବତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୬୩ ପଜିଟିଭ୍ ଚିହ୍ନଟ
  • ||

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର ୨|୪ : ଓଡ଼ିଶାରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଏହି ପର୍ଯ୍ୟାୟରେ ୬ଲୋକସଭା ଓ ୪୨ ବିଧାନସଭା ପାଇଁ ଭାରତ ନିର୍ବାଚନ କମିସନଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏପ୍ରିଲ ୨ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଏହିସବୁ ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ ପାଇଁ ଦିନ ଧାର୍ଯ୍ୟ କରାଯାଇଛି ।

ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ମୟୁରଭଞ୍ଜ ଲୋକସଭା ଆସନ ସମେତ ବାଲେଶ୍ବର, ଭଦ୍ରକ , ଯାଜପୁର , କେନ୍ଦ୍ରାପଡ଼ା ଓ ଜଗତସିଂହପୁର  ନିର୍ବାଚନ ମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେହିପରି ମୟୁରଭଞ୍ଜ ଲୋକସଭା ଆସନ ଅନ୍ତର୍ଗତ ଯଶୀପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବାରିପଦା  ଓ ମୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହେବ ।