ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

୪ ଲେନ୍ ବିଶିଷ୍ଟ ହେବ ଦ୍ଵାରଶୁଣୀ ଘାଟି ରାସ୍ତା, ନିର୍ମାଣ ହେବ ୫ଟି ହାତୀ ଏବଂ ୧୪ଟି ପ୍ରାଣୀ ଅଣ୍ଡରପାସ୍

Published By : Rasmita Pradhan | January 7, 2025 1:42 PM

ବାଙ୍ଗିରିପୋଷି, ୭/୧ : ୪ ଲେନ୍ ବିଶିଷ୍ଟ ହେବ ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦେଇ ଯାଇଥିବା ଦ୍ଵାରଶୁଣୀ ଘାଟି ରାସ୍ତା। ୪୯ ନମ୍ବର ଜାତୀୟ ରାଜପଥର ୯.୧୯୮ କି.ମି ଦ୍ୱାରଶୁଣୀ ଘାଟି ରାସ୍ତାର ସମ୍ପ୍ରସାରଣ ହେବ। ଏଥିପାଇଁ ବିଧିବଦ୍ଧ ଭାବେ ଜାତୀୟ ରାଜପଥ ପ୍ରାଧିକରଣ ମାଧ୍ୟମରେ ଭାରତ ସରକାରଙ୍କ ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ତରଫରୁ ଟେଣ୍ଡର ଆହ୍ବାନ କରାଯାଇଛି। ଏଥିପାଇଁ ୧୯୬.୧୫ କୋଟି ଟଙ୍କା ବ୍ୟୟ ମଞ୍ଜୁର ହୋଇଛି।

ଶିମିଳିପାଳ ଟାଇଗର ରିଜର୍ଭ ଏରିଆର ବଫର ଜୋନ୍ ମଧ୍ୟରେ ଥିବା ଏହି ରାସ୍ତାରେ ୫ଟି ହାତୀ ଅଣ୍ଡରପାସ୍ ଏବଂ ୧୪ଟି ପ୍ରାଣୀ ଅଣ୍ଡରପାସ୍ ନିର୍ମାଣ ହେବ। ଏଥିପାଇଁ ଜାନୁଆରୀ ୩ ତାରିଖ ଠାରୁ ଫେବୃଆରୀ ୧୯ ତାରିଖ ପର୍ଯ୍ୟନ୍ତ ଟେଣ୍ଡର ଆହ୍ଵାନ କରାଯାଇଛି। ଏହାର ନିର୍ମାଣ ଅବଧି ଅଢେଇ ବର୍ଷ ରହିଛି। ଦୀର୍ଘ ବର୍ଷ ଧରି ବିପଦପୂର୍ଣ୍ଣ ତଥା ମରଣଯନ୍ତା ସାଜିଥିବା ଘାଟି ରାସ୍ତାର ସମ୍ପ୍ରସାରଣ ପାଇଁ ବାରମ୍ୱାର ଦାବି ହେଉଥିଲା। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସ୍ଵତନ୍ତ୍ର ଦୃଷ୍ଟି ତଥା ଓଡ଼ିଶା ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ଼ା କୃଷ୍ଣଚନ୍ଦ୍ର ମହାପାତ୍ର, ମୟୂରଭଞ୍ଜ ଲୋକସଭା ସାଂସଦ ନବ ଚରଣ ମାଝୀ, ରାଜ୍ୟ ସଭା ସାଂସଦ ମମତା ମହାନ୍ତ, ବାଙ୍ଗିରିପୋଷି ବିଧାୟିକା ସଞ୍ଜଲୀ ମୁର୍ମୁ, ସାରସକଣା ବିଧାୟକ ଭାଦବ ହାଁସଦା, ବିଜେପି ରାଷ୍ଟ୍ରୀୟ ପରିଷଦ ସଦସ୍ୟ ସୁଗଦା ମୁର୍ମୁ, ବିଜେପି ବଶିଷ୍ଠ ନେତା ସଂଜୀବ ମହାନ୍ତିଙ୍କ ପ୍ରଚେଷ୍ଟା ଫଳରେ ଏହି ଦୀର୍ଘଦିନର ଦାବି ପୂରଣ ହେବାକୁ ଯାଉଛି। ଏଥିପାଇଁ ସମସ୍ତ ନେତୃବୃନ୍ଦଙ୍କୁ ମୟୂରଭଞ୍ଜ ଜିଲ୍ଲା ତଥା ବାଙ୍ଗିରିପୋଷି ଅଞ୍ଚଳବାସୀ କୃତଜ୍ଞତା ଜଣାଇଛନ୍ତି। ଅନ୍ୟପକ୍ଷେ ବାଙ୍ଗିରିପୋଷି ଦ୍ୱାରଶୁଣୀ ଘାଟି ରାସ୍ତାର ଉନ୍ନତିକରଣ ଓ ପ୍ରଶସ୍ତିକରଣ ପାଇଁ ନିଜର ଅନୁରୋଧ ରକ୍ଷା କରିଥିବାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ବାଙ୍ଗିରିପୋଷି ବିଧାୟିକା ସଞ୍ଜଲୀ ମୁର୍ମୁ ଧନ୍ୟବାଦ ଜଣାଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.