ପ୍ରମୂଖ ଖବର
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ହୁତୁହୁତୁ ହୋଇ ଜଳିଲା ୫ ହାଇୱା, ଦୋକାନରେ ଲାଗିଲା ନିଆଁ

Published By : Swapna Ray | December 29, 2024 10:57 AM

ଚଣ୍ଡିଖୋଲ, ୨୯।୧୨: ପେଟ୍ରୋଲ ପମ୍ପ ନିକଟରେ ହୁତୁହୁତୁ ହୋଇ ଜଳିଗଲା ୫ଟି ହାଇୱା ଟ୍ରକ । ଏନଏଚ୍‌ ନଂ ୫୩ ଚଣ୍ଡିଖୋଲ-ପାରାଦ୍ୱୀପ ଜାତୀୟ ରାଜପଥର କଉଡ଼କଲ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଗତକାଲି ବିଳମ୍ବିତ ରାତିରେ କଉଡ଼କଲ ଛକ ନିକଟରେ ଏକ ପେଟ୍ରୋଲ ପମ୍ପ ନିକଟରେ ଛିଡ଼ା ହୋଇଥିବା ଟ୍ରକରେ କୌଣସି କାରଣରୁ ନିଆଁ ଲାଗି ଯାଇଥିଲା । ଯାହା ଫଳରେ ସେଠି ଛିଡ଼ା ହୋଇଥିବା ଆଉ କିଛି ଟ୍ରକକୁ ନିଆଁ ବ୍ୟାପି ଯାଇଥିଲା । ନିଆଁର ପ୍ରକୋପ ଏତେ ଥିଲା ଯେ, ଅନ୍ୟ ଟ୍ରକକୁ ନିଆଁ ବ୍ୟାପି ଯାଇଥିଲା । ଯାହା ଫଳରେ ୫ଟି ହାଇୱା ଟ୍ରକ ସହ ପାଖରେ ଥିବା ଏକ କ୍ୟାବିନରେ ମଧ୍ୟ ନିଆଁ ଲାଗି ହୁତୁହୁତୁ ହୋଇ ଜଳୁଥିଲା । 

ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ବହୁ ସମୟର ଚେଷ୍ଟା ପରେ ନିଆଁକୁ ଆୟତ୍ତ କରିଥିଲା । ୫ଟି ହାଇୱା ସହ ଗୋଟିଏ ଦୋକାନ ଜଳି ଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ପାଖରେ ପେଟ୍ରୋଲ୍ ପମ୍ପ ରହିଥିବାରୁ ସମସ୍ତେ ଏକ ବଡ଼ ଅଘଟଣରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି । 

 

 

 

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.