ପ୍ରମୂଖ ଖବର
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଝାଡ଼ଖଣ୍ଡରେ ବାଣ ଦୋକାନରେ ବିସ୍ଫୋରଣ, ୩ ପିଲାଙ୍କ ସମେତ ୫ ଜଣ ଜୀବନ୍ତ ଦଗ୍ଧ…

Published By : Ladu Kishor | March 10, 2025 6:02 PM

ନୂଆଦିଲ୍ଲୀ: ଝାଡ଼ଖଣ୍ଡର ଗଡ଼ୱା ଜିଲ୍ଲାରେ ଆଜି (ସୋମବାର) ଅପରାହ୍ନରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଏଠାରେ ଏକ ବାଣ ଦୋକାନରେ ହଠାତ୍ ଅଗ୍ନିକାଣ୍ଡ ଘଟି ୩ ଜଣ ପିଲାଙ୍କ ସମେତ ମୋଟ୍ ୫ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାଟି ଝାଡ଼ଖଣ୍ଡ ଏବଂ ଛତିଶଗଡ଼ ସୀମାରେ ଅବସ୍ଥିତ ରାଙ୍କା ଥାନା ଅଞ୍ଚଳର ଗୋଦରମଣା ଗାଁରେ ଘଟିଛି। ରିପୋର୍ଟ ଅନୁସାରେ, ସୋମବାର ଅପରାହ୍ନରେ ରାଙ୍କା ଥାନା ଅଞ୍ଚଳ ଅନ୍ତର୍ଗତ ଗୋଦରମଣାରେ ଥିବା ଏକ ବାଣ ଦୋକାନରେ ହଠାତ୍ ନିଆଁ ଲାଗିଯାଇଥିଲା। ନିଆଁ ଏତେ ତୀବ୍ର ଥିଲା ଯେ, ଦୋକାନରେ ଉପସ୍ଥିତ ଥିବା ଲୋକ ମାନେ ସେଠାରେ ଖସିଯିବାକୁ ସୁଯୋଗ ପାଇନଥିଲେ। ସମସ୍ତଙ୍କୁ ଅଧାଜଳା ଅବସ୍ଥାରେ ପଡ଼ୋଶୀ ରାଜ୍ୟ ଛତିଶଗଡ଼ର ରାମାନୁଜଗଞ୍ଜର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା, ଯେଉଁଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଛନ୍ତି।

ଗଢ଼ୱା ପୋଲିସ ଅଧିକ୍ଷକ (ଏସପି) ଦୀପକ ପାଣ୍ଡେ କହିଛନ୍ତି ଯେ,ଏଠାରେ ଏକ ବାଣ ଦୋକାନରେ ଅଗ୍ନିକାଣ୍ଡ ଘଟି ୩ ଜଣ ପିଲାଙ୍କ ସମେତ ୫ ଜଣଙ୍କର ମୃତ୍ୟୁ ହୋଇଛି। ଅଧିକାରୀ କହିଛନ୍ତି ଯେ ଏକ ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

ଅନ୍ୟପକ୍ଷରେ, ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏହି ଘଟଣାରେ ଲୋକଙ୍କ ମୃତ୍ୟୁ ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି। ସୋରେନ୍ ସୋସିଆଲ ମିଡିଆ ପ୍ଲାଟଫର୍ମ 'X'ରେ ପୋଷ୍ଟ କରିଛନ୍ତି। 'ମାରଙ୍ଗ ବୁରୁ' (ଆଦିବାସୀ ମାନଙ୍କର ସର୍ବୋଚ୍ଚ ଦେବତା) ଦିବଙ୍ଗତ ଆତ୍ମାକୁ ଶାନ୍ତି ଦିଅନ୍ତୁ ଏବଂ ଶୋକସନ୍ତପ୍ତ ପରିବାରକୁ ଏହି କ୍ଷତି ସହିବା ପାଇଁ ଶକ୍ତି ଦିଅନ୍ତୁ। ଜିଲ୍ଲା ପ୍ରଶାସନ ଏହି ଘଟଣାର ତଦନ୍ତ କରୁଛି।

 

 

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.