ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ହୋଲିରେ ଗୋଷ୍ଠୀ ସଂଘର୍ଷ; ଉଭୟ ଗୋଷ୍ଠୀର ୫ ଗୁରୁତର, ମେଡିକାଲରେ ଭର୍ତ୍ତି

ତିଗିରିଆ, ୨୬।୩: ହୋଲିରେ ଅଘଟଣ । ତିତିଗିରିଆ ଥାନା ଅନ୍ତର୍ଗତ ଭୋଗଡ଼ା ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ଏହି ଗୋଷ୍ଠୀ ସଂଘର୍ଷରେ ଉଭୟ ଗୋଷ୍ଠୀର ୫ ଜଣ ଆହତ ହୋଇଥିବା ଜଣାପଡ଼ିଛି । ସମସ୍ତ ଆହତମାନଙ୍କୁ ତିଗିରିଆ ମେଡିକାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି । ଘଟଣାରେ ଭୋଗଡ଼ା ସରପଞ୍ଚ ଆହତ ହେବା ସହିତ ସରପଞ୍ଚଙ୍କ ସ୍ୱାମୀ ଓ ଦିଅର ଆହତ ହୋଇଥିବା ଜଣାପଡ଼ିଛି । ଖବର ପାଇ ଘଟଣାସ୍ଥଳରେ ଆଠଗଡ଼ ଏସ୍‌ଡିପିଓ ଓ ତିଗିରିଆ ପୋଲିସ୍ ଗୋଟିଏ ପ୍ଲାଟୁନ ପୋଲିସ ଫୋର୍ସ ସହିତ ପହଞ୍ଚି ଘଟଣା ସମ୍ପର୍କରେ ତଦନ୍ତ ଆରମ୍ଭ କରିଛି । ଅନ୍ୟପଟେ ଗାଁରେ ଚାପା ଉତ୍ତେଜନା ଦେଖିବାକୁ ମିଳିଛି ।

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.