ପ୍ରମୂଖ ଖବର
  • କଳାହାଣ୍ଡି : ଗାଁ ରାସ୍ତାରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ରାଇରଙ୍ଗପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଆଜି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ଉତ୍ସବରେ ଯୋଗ ଦେବେ
  • ||
  • ଆଗାମୀ ୪ ଦିନ ପ୍ରଚଣ୍ଡ ତାତି: ବୁଧବାର ୪୫ ଡିଗ୍ରୀ ଛୁଇଁବ ପାରଦ, ତତଲା ଲୌହପିଣ୍ଡ ପାଲଟିବ ପଶ୍ଚିମ ଓଡ଼ିଶା
  • ||

ରାଜଧାନୀରୁ ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ

Published By : Harapriya Sethi | April 28, 2025 1:46 PM

ଭୁବନେଶ୍ୱର, ୨୮/୦୪: ରାଜଧାନୀରେ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ । ଚଢାଉ କରି ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ କଲା ଖଣ୍ଡଗିରି ଥାନା ପୋଲିସ । ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୨ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । ଏନେଇ ଭୁବନେଶ୍ବର ଡିସିପି ଜଗମୋହନ ମୀନା ସୂଚନା ଦେଇଛନ୍ତି । 

ସୂଚନା ମୁତାବକ, ଏକ ଟ୍ରକ୍‌ ଯୋଗେ ବିପୁଳ ପରିମାଣର ଗଞ୍ଜେଇ କନ୍ଧମାଳରୁ ବାହାର ରାଜ୍ୟକୁ ଚାଲାଣ ହେଉଥିଲା । ଏନେଇ ଏକ ବିଶେଷ ସୂତ୍ରରୁ ପୋଲିସ ଖବର ପାଇଥିଲା । ଖବର ପାଇ ପୋଲିସ ଅତର୍କିତ ଚଢାଉ କରିଥିଲା । ଏହି ଚଢାଉରେ ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିଛି ଖଣ୍ଡଗିରି ଥାନା ପୋଲିସ । ଏହା ସହ ଚାଲାଣରେ ସମ୍ପୃକ୍ତ ଥିବା ୨ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । ଏନେଇ ଭୁବନେଶ୍ବର ଡିସିପି ଜଗମୋହନ ମୀନା ସୂଚନା ଦେଇଛନ୍ତି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.