ପ୍ରମୂଖ ଖବର
  • କଟକ : ଟ୍ରକ୍‌ ଧକ୍କାରେ ବାପ ପୁଅଙ୍କ ମୃତ୍ୟୁ, ଡ୍ରାଇଭର ଫେରାର
  • ||
  • ଫୁଲବାଣୀ : ନିଖୋଜ ବ୍ୟବସାୟୀଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • କୋରାପୁଟ ଜିଲ୍ଲାପାଳଙ୍କ ଅଚାନକ କୋଟିଆ ଗସ୍ତ, ଏସ୍ ଏସ୍‌ ଡି ହାଇସ୍କୁଲ ପିଲାଙ୍କ ସହ କରିଲେ ଆଲୋଚନା
  • ||
  • ଗଞ୍ଜାମ : ସ୍କୁଲ ଗେଟ୍‌ରେ ପଡିଲା ତାଲା, ଶିକ୍ଷକଙ୍କ ବଦଳି ପ୍ରତିବାଦରେ ଧାରଣା
  • ||
  • କଟକ : ଗାଁ ଲୋକଙ୍କୁ ଖଣ୍ଡାରେ ଆକ୍ରମଣ ଉଦ୍ୟମ କଲେ ଯୁବକ, ଅଭିଯୁକ୍ତ ଗିରଫ
  • ||
  • ନୟାଗଡ଼ : ସ୍ତ୍ରୀ ଚରିତ୍ରକୁ ସନ୍ଦେହ କରି ସ୍ୱାମୀ ଫୋପାଡ଼ିଲା ବୋମା, ଜଣେ ଆହତ
  • ||
  • ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅନିଲ-ହଂସିକା, ପୂର୍ବରୁ ଖାରଜ ହୋଇଥିଲା ଆବେଦନ
  • ||
  • ଭୌମ ଏକାଦଶୀ ପାଇଁ ଶ୍ରୀମନ୍ଦିରରେ ରତ୍ନଭଣ୍ଡାର ମରାମତି ବନ୍ଦ,୩ ମାସରେ କାମ ସାରିବ ଏଏସ୍‌ଆଇ
  • ||
  • ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା, ଆଜି ଯାଜପୁରରୁ ସହାୟତା ରାଶି ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • କାହାର ହେବ ଦିଲ୍ଲୀ ? ଆପ୍ ମାରିବ ହ୍ୟାଟ୍ରିକ ନା ବାଜିମାରି ନେବ ବିଜେପି, ଆଜି ରେଜଲ୍ଟ
  • ||

ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ ମାର୍ଗଦର୍ଶିକା, ଡିଜିଟାଇଜେସନ୍‌ ହେବ ସମସ୍ତ ଫାଇଲ୍‌ ଏବଂ ରେକର୍ଡ

Published By : Harapriya Sethi | January 17, 2025 2:32 PM

ପୁରୀ, ୧୭/୦୧: ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବୈଠକ ଶେଷ। ଶୁକ୍ରବାରଠାରୁ ଲାଗୁ ହେଲା ଶ୍ରୀମନ୍ଦିର ପକ୍ଷରୁ ଜାରି ହୋଇଥିବା ୫ ସୂତ୍ରୀ ମାର୍ଗଦର୍ଶିକା । ଆସନ୍ତା ୨୦ ତାରିଖରେ ଶ୍ରୀମନ୍ଦିର ଭିତରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଅନିଶ୍ଚିତତା । ଶ୍ରୀମନ୍ଦିର ନାଟମଣ୍ଡପରୁ ହୁଣ୍ଡି ଅପସାରଣ ହେବା ପରେ ଧାଡ଼ି ଦର୍ଶନ ବ୍ୟବସ୍ଥା କରାଯିବ। ହୁଣ୍ଡି ଅପସାରଣ ପାଇଁ ରାଜ୍ୟ ସରକାରଙ୍କୁ ଅବଗତ କରାଯାଇଛି । ଏନେଇ ସରକାରଙ୍କ ପକ୍ଷରୁ କୌଣସି ନିର୍ଦ୍ଦେଶ ଆସିନାହିଁ। ତେବେ ଏହି ବୈଠକରେ ବଜେଟ ଆୟ ବ୍ୟୟ ଉପରେ ମଧ୍ୟ ଆଲୋଚନା ହୋଇଛି । ଶ୍ରୀମନ୍ଦିରର ସମସ୍ତ ରେକର୍ଡ ଏବଂ ଫାଇଲ୍ କାର୍ଯ୍ୟ କମ୍ପ୍ୟୁଟରୀକରଣ ହେବ। ଅନଲାଇନ ଡୋନେସନ୍‌କୁ କିଭଳି ସହଜ କରିହେବ, ସେନେଇ ମଧ୍ୟ ଆଲୋଚନା ହୋଇଛି । ଡିଜିଟାଲ ଲାଇବ୍ରେରି କରାଯିବ। ସମସ୍ତ ଗ୍ରନ୍ଥ ଗୁଡ଼ିକ ଡିଜିଟାଇଜେସନ କରାଯିବ । ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି । 

ବୈଠକରେ ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ପାଇଁ ୫ ସୂତ୍ରୀ କାର୍ଯ୍ୟାବଳୀ ଅନୁପାଳନ ନିମନ୍ତେ ମୁଖ୍ୟ ପ୍ରଶାସକ ଡଃ ଅରବିନ୍ଦ ପାଢ଼ୀ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ୫ ସୂତ୍ରୀ କାର୍ଯ୍ୟାବଳୀଗୁଡିକ ହେଲା,  ଡ୍ୟୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନରେ କୌଣସି ଅଧିକାରୀ ତଥା କର୍ମଚାରୀ ପାନ, ଗୁଟଖା କିମ୍ବା କୌଣସି ମାଦକ ଦ୍ରବ୍ୟ ସେବନ କରିବେ ନାହିଁ । ପ୍ରତ୍ୟେକ ମାସ ତୃତୀୟ ଶୁକ୍ରବାରରେ ବରିଷ୍ଠ ଅଧିକାରୀଙ୍କ ସ୍ତରରେ କାର୍ଯ୍ୟ ସମୀକ୍ଷା କରାଯିବ । 

ସେହିପରି ପ୍ରତ୍ୟେକ ଶୁକ୍ରବାର ସମସ୍ତ ଅଧିକାରୀ ତଥା କର୍ମଚାରୀ ହସ୍ତତନ୍ତ ପୋଷାକ ପିନ୍ଧି କାର୍ଯ୍ୟାଳୟ ଆସିବେ । ୟୁନିଫର୍ମ ପୋଷାକଧାରୀଙ୍କ ସକାଶେ ଏହା ଲାଗୁ ହେବନାହିଁ । ଶ୍ରୀମନ୍ଦିର ମଧ୍ୟରେ ଅଧିକାରୀ ତଥା କର୍ମଚାରୀଙ୍କ ମୋବାଇଲ୍‌ ବ୍ୟବହାର ଉପରେ ମଧ୍ୟ କଟକଣା ଜାରି କରାଯାଇଛି । ଶ୍ରୀମନ୍ଦିର ପ୍ରଶାସନକୁ ଅଧିକ କ୍ରିୟାଶୀଳ ତଥା ଉତ୍ତରଦାୟୀ କରିବାକୁ ଏହି ପରାମର୍ଶ ତଥା ନିର୍ଦ୍ଦେଶ ଦିଆଯାଇଛି ବୋଲି ଶ୍ରୀମନ୍ଦିର  ମୁଖ୍ୟ ପ୍ରଶାସକ ଡ. ପାଢୀ କହିଛନ୍ତି । 

କହିରଖୁ କି, ଶ୍ରୀମନ୍ଦିର  କାର୍ଯ୍ୟାଳୟରେ କାମ କରିବା ବେଳେ ପାନ, ଗୁଟୁଖା ଖାଇବା ବାବଦରେ ପୂର୍ବ ମୁଖ୍ୟ ପ୍ରଶାସକ ରଞ୍ଜନ ପାଢ଼ି ନିଷିଦ୍ଧ ଆଦେଶ ଲଗାଇଥିଲେ । ମାତ୍ର ଏହାକୁ ପରେ ପାଳନ କରାଯାଉନଥିଲା । ସେହିପରି ଶ୍ରୀମନ୍ଦିରକୁ  ଯାଉଥିବା ପ୍ରଶାସନିକ କର୍ମଚାରୀମାନେ ସାଙ୍ଗରେ ସ୍ମାର୍ଟ ଫୋନ୍‌ ନେଇ ଯାଉଥିବାରୁ ଏହାକୁ ନେଇ ସାଧାରଣ ଲୋକଙ୍କ ଭିତରେ ଅସନ୍ତୋଷ ଦେଖାଦେଉଥିଲା । ସମସ୍ତଙ୍କ ନିମନ୍ତେ ଗୋଟିଏ ପ୍ରକାର ନିୟମ କରିବାକୁ ଦାବି ହୋଇ ଆସୁଥିଲା । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.