ଭୁବନେଶ୍ବର, ୧୪।୯ : ସୁଭଦ୍ରା ଯୋଜନାରେ ଆବେଦନ କରିବା ପାଇଁ ମହିଳାଙ୍କ ମଧ୍ୟରେ ଉତ୍ସାହ ଦେଖା ଦେଇଛି। ବର୍ତ୍ତମାନ ସୁଦ୍ଧା ୫୦ ଲକ୍ଷ ମହିଳା ପଞ୍ଜୀକରଣ କରିସାରିଲେଣି । ୧୫ ତାରିଖ ଭିତରେ ଯେଉଁମାନେ ଆବେଦନ କରିଥିବେ ସେମାନଙ୍କ ନିକଟକୁ ବ୍ୟାଙ୍କରୁ ପ୍ରଥମ କିସ୍ତି ୧୭ ରେ ଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି।
ରବିବାର ସୁଭଦ୍ରା ସ୍ୱାଗତ ପଦଯାତ୍ରା ଆରମ୍ଭ ହେବ । ଦଶ ହଜାର ପଦଯାତ୍ରା ହେବ । ରାଜଧାନୀରୁ ଆରମ୍ଭ କରି ପ୍ରତ୍ୟେକ ରାଜସ୍ବ ଗ୍ରାମରେ ହେବ ସୁଭଦ୍ରା ପଦ ଯାତ୍ରା । ପ୍ରତି ପଞ୍ଚାୟତରେ ଜିପିଏଲଏଫଙ୍କ ନେତୃତ୍ୱରେ ପଦଯାତ୍ରା ହେବ । ଏସଚଜି ମା’ ମାନେ ମଧ୍ୟ ଗାଁ ଗାଁରେ ସାମିଲ ହେବେ । ଭୁବନେଶ୍ୱରରେ ଗିରିଦୁର୍ଗା ମନ୍ଦିରରୁ ରମାଦେବୀ ଯାଏଁ ସୁଭଦ୍ରା ପଦଯାତ୍ରା ଅନୁଷ୍ଠିତ ହେବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।