ପ୍ରମୁଖ ଖବର
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍‌ର ପ୍ରାର୍ଥୀ ଘୋଷଣା
  • ||
  • ବଲାଙ୍ଗିର ଭୀମଭୋଇ ମେଡିକାଲରେ ମୃତ ଶବ ଛାଡି ଫେରାର ସମ୍ପର୍କୀୟ,ଟାଉନ ଥାନା ପୋଲିସର ତଦନ୍ତ ଆଇମ୍ଭ
  • ||
  • ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା,୭୩୦ କୋଟିର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୁନ୍ଦରଗଡ଼: ବାଇକ ଚାଳକ ଙ୍କ ଉପରେ ଚଢ଼ିଗଲା ପାଉଁଶ ବୋଝେଇ ଟ୍ରକ,ବାଇକ ଚାଳକର ମୃତ୍ୟୁ
  • ||
  • ପାଲଲହଡ଼ା ଯାଉଥିଲା ରାଧାମାଧବ, ଅଧାରସ୍ତାରେ ଓଲଟିଲା ବସ୍‌
  • ||
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ରଡ଼ ପଶି ଦୁଇ ଶ୍ରମିକ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||

ମଧୁବାବୁ ପେନସନ ଯୋଜନାରେ ବଢିଲା ୫୦୦ ଟଙ୍କା

ଭୁବନେଶ୍ଵର,୧୦।୨ : ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର। ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏଣିକି   ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ। ଏହି ବର୍ଦ୍ଧିତ ପେନସନ ହିତାଧିକାରୀମାନେ ଚଳିତ ଫେବୃଆରୀ ମାସରୁ ପାଇବେ ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ୫୦୦, ୭୦୦ ଓ ୯୦୦ ଟଙ୍କା ପାଉଥିଲେ । ବର୍ଦ୍ଧିତ ପେନସନ ଅନୁଯାୟୀ ସେମାନେ ଏବେ ଯଥାକ୍ରମେ   ୧୦୦୦, ୧୨୦୦ ଓ ୧୪୦୦  ଟଙ୍କା ପାଇବେ।  ଏହି ବର୍ଦ୍ଧିତ ପେନସନ ପାଇଁ ରାଜ୍ୟ ସରକାର ବାର୍ଷିକ  ୩୬୮୩ କୋଟି ଟଙ୍କା ଖର୍ଚ୍ଚ କରିବେ।  

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ହିତାଧିକାରୀଙ୍କ ପାଇଁ ମାସିକ ପେନସନରେ ମଧ୍ୟ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନଙ୍କୁ ଫେବୃଆରୀ ମାସର ପେନସନ ଫେବୃଆରୀ ୨୦ ରୁ ୨୫ ତାରିଖ ମଧ୍ୟରେ ପ୍ରତ୍ୟକ୍ଷ ଭାବେ ମିଳିବ। 

୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳର ଲୋକ ମାନେ ଏହି ପେନସନ ରାଶି ବୃଦ୍ଧି କରିବାକୁ ଅନୁରୋଧ କରିଥିଲେ। ଲୋକଙ୍କ ଅନୁରୋଧକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ସାମାଜିକ ସୁରକ୍ଷା ପେନସନ ଯୋଜନାର ଏହି ପେନସନ ରାଶି ପରିମାଣକୁ ବୃଦ୍ଧି କରିଛନ୍ତି। ନିକଟରେ ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ଯୋଜନାର ହିତାଧିକାରୀମାନଙ୍କ ସଂଖ୍ୟା ବୃଦ୍ଧି କରିଥିଲେ। ଗତ ବର୍ଷ ଅଗଷ୍ଟରେ ୪.୧୩ ଲକ୍ଷ ବୃଦ୍ଧି ପାଇଥିଲା ଏବଂ ଏବେ ଆଉ ୪ ଲକ୍ଷ   ଅନ୍ତର୍ଭୁକ୍ତ ହେବା ପରେ ବର୍ତ୍ତମାନ ସମୁଦାୟ ୩୬.୭୫ ଲକ୍ଷ ହିତାଧିକାରୀ ଏହି ଯୋଜନାର ଲାଭ ପାଉଛନ୍ତି। 

 ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ସାମାଜିକ ସୁରକ୍ଷା ପେନସନ ବ୍ୟବସ୍ଥା କରିଛନ୍ତି। ଏଥିରେ ବରିଷ୍ଠ ନାଗରିକ, ବିଧବା, ଭିନ୍ନକ୍ଷମ, ଅବିବାହିତା ମହିଳା, ସୁସ୍ଥ ହୋଇଥିବା କୁଷ୍ଠ ରୋଗୀ, ଓଡିଶା ରାଜ୍ୟ ଏଡ୍‌ସ ସେଲ ଦ୍ୱାରା ଚିହ୍ନଟକୃତ   ଏଡ୍‌ସ ରୋଗୀ, ଛାଡ଼ପତ୍ର ପାଇଥିବା ମହିଳା, transgender, କୋଭିଡ ଦ୍ୱାରା ହୋଇଥିବା ଅନାଥ ପିଲା ଓ ବିଧବାଙ୍କ ସହିତ ଅନାନ୍ୟ ଦୁର୍ବଳ ଶ୍ରେଣୀର ବ୍ୟକ୍ତିଙ୍କୁ ସାମିଲ କରାଯାଇଛି। ଏଥି ସହିତ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ହିତାଧିକାରୀମାନଙ୍କୁ ମଧ୍ୟ ରାଜ୍ୟ ସରକାର ଅତିରିକ୍ତ ସହାୟତା ଦେଉଛନ୍ତି। ଏହି ଯୋଜନାରେ ଛୋଟ  ପିଲା   ଠାରୁ ୭୯ ବର୍ଷ ପର୍ଯ୍ୟନ୍ତ ହିତାଧିକାରୀ ମାନେ ମାସକୁ ୫୦୦ ଟଙ୍କା ପାଇଥାନ୍ତି। ୮୦ ବର୍ଷ ବା ଅଧିକ ବୟସର ଲୋକ ମାସକୁ ୭୦୦ ଟଙ୍କା ପାଆନ୍ତି।

ଭିନ୍ନକ୍ଷମ ବ୍ୟକ୍ତିଙ୍କ କ୍ଷେତ୍ରରେ ୪୦ ରୁ ୫୯ ପ୍ରତିଶତ ଅକ୍ଷମତା ଥିବା ଲୋକ ମାସକୁ ୫୦୦ ଟଙ୍କା ପାଉଥିବା ବେଳେ ୬୦ ପ୍ରତିଶତ ବା ଅଧିକ ଅକ୍ଷମତା ଥିବା ବ୍ୟକ୍ତି ୭୦୦ ଟଙ୍କା ପାଆନ୍ତି। ୬୦ ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ୮୦ ବର୍ଷ ବୟସରୁ ଉର୍ଦ୍ଧ୍ ଲୋକଙ୍କୁ ମାସିକ ୯୦୦ ଟଙ୍କା ମିଳିଥାଏ। ବର୍ତ୍ତମାନ ସମସ୍ତେ ବର୍ଦ୍ଧିତ ଭତ୍ତା ପାଇବେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.