PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂହପୁର : ବଡ଼ଭାଇ ସାର୍ଟିଫିକେଟ୍‌ ଦେଇ ଆର୍ମିରେ କରିଥିଲେ ଚାକିରୀ, ଅବସର ପରେ ବନ୍ଧାହେଲେ
  • ||
  • ଯାଜପୁର : ୨ ବର୍ଷ ହେଲାଣି ମିଳୁନି ନିଖୋଜ ପିହୁର ପତ୍ତା, ନ୍ୟାୟ ଆଶାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ ପରିବାର
  • ||
  • କଟକ : ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ଚଢାଉ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • କଟକ : ଗୋଟିଏ ମଞ୍ଚରେ ଶାହ-ନବୀନ-ଧର୍ମେନ୍ଦ୍ର, ପ୍ରଜାତନ୍ତ୍ରର ସ୍ଵନକ୍ଷତ୍ର ଉତ୍ସବରେ ସାମିଲ ହେଲେ ତିନି ନେତା
  • ||
  • ରାଜ୍ୟରେ ନାହିଁ ଟିକା ଅଭାବ, ଗାଁ ଗାଁରେ ଟିକାକରଣ ଉପରେ ଦିଆଯାଉଛି ଗୁରୁତ୍ଵ : ପରିବାର କଲ୍ୟାଣ ନିର୍ଦ୍ଦେଶକ
  • ||

ରାଜ୍ୟରେ ନିର୍ମାଣ ହେବ ୫୫ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ, ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୯ କୋଟି ୩୬ ଲକ୍ଷ ମଞ୍ଜୁର

ଭୁବନେଶ୍ୱର, ୦୭/୦୫ : ରାଜ୍ୟରେ ୫୫ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ଦ୍ଵିତୀୟ ପର୍ଯ୍ୟାୟରେ ୨୯ କୋଟି ୩୬ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୯୮ କୋଟି ଟଙ୍କା ବ୍ୟୟରେ ଅଧିକ ୫୫ଟି ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରାଯାଉଛି । ତଦନୁଯାୟୀ ଚଳିତ ଏପ୍ରିଲ ମାସରେ ପ୍ରଥମ ପର୍ଯ୍ୟାୟରେ ୨୯ କୋଟି ୩୬ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଥିଲେ।

ବାତ୍ୟା ଓ ବନ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଏହି ଆଶ୍ରୟସ୍ଥଳୀ ଗୁଡିକ ଲୋକଙ୍କୁ ସୁରକ୍ଷା ଦେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି। ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷଙ୍କ ଜରିଆରେ ଏହା ନିର୍ମାଣ କରାଯାଉଛି। ଏହା ମଧ୍ୟରେ ପ୍ରଥମ ପର୍ଯ୍ୟାୟ କାମରେ ଯଥେଷ୍ଟ ଅଗ୍ରଗତି ହୋଇଛି। ତେଣୁ ବର୍ତ୍ତମାନ ଏହି କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ଆଉ ୨୯କୋଟି ୩୬ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହା ସହିତ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।