ପୁରୀ, ୦୨/୦୩ : ପୁରୀ ଗସ୍ତରେ 5T ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ଶନିବାର ବଡ଼ି ଭୋରରୁ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ରତ୍ନସିଂହାସନରେ ଚତୁର୍ଦ୍ଧାବିଗ୍ରହଙ୍କୁ ଦର୍ଶନ କରି ଆଶିଷ ଲାଭ କରିଛନ୍ତି। ଏଥିସହ ମା' ବିମଳା, ଲକ୍ଷ୍ମୀ ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀଙ୍କ ଦର୍ଶନ କରିଥିଲେ 5T ଅଧ୍ୟକ୍ଷ।
ପରେ 5T ଅଧ୍ୟକ୍ଷ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରଦକ୍ଷିଣ କରିବା ସହ ଅନ୍ୟାନ୍ୟ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ପାଣ୍ଡିଆନଙ୍କ ଗସ୍ତ ସମୟରେ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ। ସହରରେ ଚାଲିଥିବା ବିଭିନ୍ନ ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ଅଗ୍ରଗତି ନେଇ ଅଧିକାରୀମାନଙ୍କୁ ପାଣ୍ଡିଆନ ପଚାରି ବୁଝିଥିଲେ।