ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ପୁରୀ ଶ୍ରୀମନ୍ଦିର ପରିଦର୍ଶନ କଲେ 5T ଅଧ୍ୟକ୍ଷ, ପରିକ୍ରମା ପ୍ରକଳ୍ପର କଲେ ସମୀକ୍ଷା

ଭୁବନେଶ୍ଵର, ୦୨/୧୨ : ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରୁ ପୁରୀ ଶ୍ରୀମନ୍ଦିର ପରିଦର୍ଶନ କରିଛନ୍ତି। ସେ ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିବା ସହିତ ଭକ୍ତମାନଙ୍କ ସୁବ୍ୟବସ୍ଥିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ, ଓ ଶୃଙ୍ଖଳିତ ଦର୍ଶନ ପାଇଁ ପଦକ୍ଷେପ ନେବା ସହିତ ମଠ ଗୁଡିକର ପୁନରୁଦ୍ଧାର କାମ, ଲ୍ୟାଣ୍ଡସ୍କେପିଂ କାମ ତ୍ୱରାନ୍ୱିତ  କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଆଜି ପ୍ରତ୍ୟୁଷ ୫ଟା ଠାରୁ ୭ ଟା ପର୍ଯ୍ୟନ୍ତ ସେ ସମୀକ୍ଷା କରିଥିଲେ ଓ ସମଗ୍ର ପରିକ୍ରମା ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିବା ସହ ଭକ୍ତମାନଙ୍କ ସହ ମଧ୍ୟ ଆଲୋଚନା କରିଥିଲେ।

ଏହି ସମୀକ୍ଷା ଅବସରରେ ପାଣ୍ଡିଆନ୍ ଦୋଳବେଦି ଅଞ୍ଚଳର ତ୍ଵରିତ ବିକାଶ ଏମାର ମଠ, ପଞ୍ଜାବୀ ମଠ ଆଦିର ପୁନରୁଦ୍ଧାର ସହିତ ପରିକ୍ରମା ପ୍ରକଳ୍ପ ସମ୍ମୁଖ ଭାଗର ପେଣ୍ଟିଂ କାମ  ଆଗେଇ ନେବାକୁ ପରାମର୍ଶ ଦେଇଥିଲେ। ଏହା  ସହିତ ଭକ୍ତମାନଙ୍କ ସ୍ବଚ୍ଛନ୍ଦ ଦର୍ଶନ ପାଇଁ ମରୀଚିକୋଟ ଛକ ଠାରୁ ଧାଡ଼ି ଆରମ୍ଭ ସହିତ ସିଂହଦ୍ଵାର ଠାରୁ ମରୀଚିକୋଟ ଛକ ପର୍ଯ୍ୟନ୍ତ ବଡ଼ଦାଣ୍ଡର ଉଭୟ ପାର୍ଶ୍ଵରୁ ଭେଣ୍ଡିଂ ଜୋନ୍ ହଟାଇ ଅନ୍ୟତ୍ର ଥଇଥାନ କରିବା ପାଇଁ ପାଣ୍ଡିଆନ୍ ପରାମର୍ଶ  ଦେଇଥିଲେ।

ସେହିପରି ଶ୍ରୀମନ୍ଦିର ଉତ୍ତର ଦକ୍ଷିଣ ଓ ପଶ୍ଚିମ ପାର୍ଶ୍ୱର ଲ୍ୟାଣ୍ଡସ୍କେପିଂ କାମ ଡିସେମ୍ଵର ୯ ସୁଦ୍ଧା ସାରିବାକୁ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ। ମଠ ପୁନଃନିର୍ମାଣ ପାଇଁ ଅଧିକ ସଂଖ୍ୟକ ଦକ୍ଷ କାରିଗର ନିଯୁକ୍ତ କରିବାକୁ ସେ ପରାମର୍ଶ ଦେଇଥିଲେ।ଏତବ୍ୟତୀତ ମେଘନାଦ ପାଚେରୀ ନିକଟରେ ସବୁ ଇଲେକ୍ଟ୍ରିକାଲ କାମକୁ ଶୀଘ୍ର ସାରିବାକୁ ସେ ପରାମର୍ଶ ଦେଇଥିଲେ। ସେଠାରେ ଥିବା ବିଭିନ୍ନ ପୋଲ୍, ତାର ଓ ଅନ୍ୟାନ୍ୟ ସେବା ବ୍ୟବସ୍ଥାକୁ ଶୀଘ୍ର ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।ମେଘନାଦ ପାଚେରୀ ନିକଟରେ ଥିବା ଐତିହ୍ୟ ସମ୍ପନ୍ନ ଛୋଟ ଛୋଟ ମନ୍ଦିର ଓ ନିର୍ମାଣକୁ ସୁରକ୍ଷିତ ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ। ପରିମଳ ବ୍ୟବସ୍ଥାର ଉନ୍ନତି କାମ ଠିକ୍ ସମୟରେ ସରିବା ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ। ଏହି ପରିଦର୍ଶନ ବେଳେ ପୁରୀ  ଜିଲ୍ଲାପାଳ, ଆଇଜି, ଏସପି ଓବିସିସି ଏମଡି ଏବଂ ବିଭିନ୍ନ ଅଧିକାରୀମାନେ ଉପସ୍ଥିତ ଥିଲେ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.