ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ପୁରୀ ଗସ୍ତରେ 5ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ, ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ସମୀକ୍ଷା

ପୁରୀ, ୯।୧୨: ପୁରୀରେ 5ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ । ଶନିବାର ସକାଳୁ 5ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କରିଥିଲେ । ପରେ ସେ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ । ଶ୍ରୀଜଗନ୍ନାଥ ବଲ୍ଲଭ କମ୍ପ୍ଲେକ୍ସଠାରୁ ଶ୍ରୀମନ୍ଦିର ଦୋଳବେଦୀ କୋଣକୁ ସଂଯୋଗ ପାଇଁ ନୂତନ ରାସ୍ତାର ଜମି ଅଧିଗ୍ରହଣ ସମ୍ପର୍କରେ ମଧ୍ୟ ସମୀକ୍ଷା କରିଥିଲେ । 

ସେହିପରି ସେହି ରାସ୍ତା ନିର୍ମାଣ କାର୍ଯ୍ୟ କେତେ ଅଗ୍ରଗତି ହୋଇଛି ତାହାକୁ ମଧ୍ୟ ଅନୁଧ୍ୟାନ କରିଥିଲେ । ଏହି ରାସ୍ତା କାର୍ଯ୍ୟ କିପରି ଶୀଘ୍ର ଶେଷ ହେବ ସେନେଇ ଅଧିକାରୀମାନଙ୍କ ସହ ଆଲୋଚନା କରିବା ସହ ଖୁବ୍ ଶୀଘ୍ର କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବଡ଼ଦାଣ୍ଡରେ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ପାଇଁ ହେବାକୁ ଥିବା ଶୀତତାପ ସେଡେଡ୍‌ ଚଲାପଥ କାର୍ଯ୍ୟ ସମ୍ପର୍କରେ ମଧ୍ୟ ସମୀକ୍ଷା କରିଥିଲେ । ପାଣ୍ଡିଆନଙ୍କ ସହ ପୁରୀ ଜିଲ୍ଲାପାଳଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ ନିର୍ମାଣକାରୀ ସଂସ୍ଥାର ଅଧିକାରୀମାନେ ଉପସ୍ଥିତ ଥିଲେ ।  

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.