ପ୍ରମୁଖ ଖବର
  • ଖୋର୍ଦ୍ଧା: ବେଗୁନିଆ ଥାନା ଅନ୍ତର୍ଗତ ଧଳାପଥର ବଜାରରେ ବାଇକକୁ ପିଟିଲା କାର, ଜଣେ ମୃତ ଓ ୫ ଗୁରୁତର
  • ||
  • କଟକରେ ବେଆଇନ ଗୁଟ୍‌ଖା କାରଖାନା ଠାବ: ଲକ୍ଷାଧିକ ଟଙ୍କାର କଞ୍ଚାମାଲ୍‌ ଜବତ, ମାଲିକ ସହ କର୍ମଚାରୀ ଗିରଫ
  • ||
  • ବରେଲି: ହାଇୱେରେ ଟ୍ରକକୁ ଧକ୍କା ଦେବା ପରେ ଜଳିଗଲା କାର୍, ଜିଅନ୍ତା ଜଳିଗଲେ ୮ ବରଯାତ୍ରୀ
  • ||
  • ମଦ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ଉ ଘଟଣା: ୪ ଦିନର ଚଢ଼ାଉରେ ଗଣା ସରିଲା ୧୮୮ କୋଟି, ବଳକା ଟଙ୍କା ଗଣିବାକୁ ଲାଗିବ ଆଉ ୨ ଦିନ
  • ||
  • ଆଜି ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ବିସ୍ଫୋରକ ବ୍ୟାଟିଂ ଉପରେ ଟିମ୍‌ ଇଣ୍ଡିଆର ଫୋକସ୍‌
  • ||
  • ଭୁବନେଶ୍ୱର: ରାଜ୍ୟରେ ବଦଳିଲା ପାଗ, ଖସିଲା ତାପମାତ୍ରା: ଆସନ୍ତା ୨ ଦିନରେ ୨ ଡିଗ୍ରୀ ଖସିବ ରାତି ପାରଦ
  • ||

୧୫ ଡିଗ୍ରୀ ତଳେ ୬ ସହରର ରାତି ତାପମାତ୍ରା, ଜି.ଉଦୟଗିରି ସବୁଠୁ ଥଣ୍ଡା ସହର

ଭୁବନେଶ୍ୱର, ୧୧/୧୧ : ସାରା ରାଜ୍ୟରେ ଶୀତ ଲହରି ଜାରି ରହିଛି। ରାତି ତାପମାତ୍ରା କମୁଛି। ଶୀତର ପ୍ରକୋପ ବଢୁଛି। ରାଜ୍ୟରେ ୧୫ ଡିଗ୍ରୀ ତଳେ ୬ ସହରର ରାତି ତାପମାତ୍ରା ରହିଛି। କନ୍ଧମାଳ ଜିଲ୍ଲାର ଜି.ଉଦୟଗିରିରେ ରାତି ତାପମାତ୍ରା ୧୧.୪ ଡିଗ୍ରୀ ସହ ସବୁଠୁ ଥଣ୍ଡା ସହର ଭାବେ ରେକର୍ଡ କରିଛି। ଏନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। 

ସୂଚନାନୁଯାୟୀ, କୋରାପୁଟରେ ୧୧.୭ ଡିଗ୍ରୀ, ସେମିଳିଗୁଡ଼ାରେ ୧୨ ଡିଗ୍ରୀ, ଦାରିଙ୍ଗବାଡ଼ିରେ ୧୩.୫ ଡିଗ୍ରୀ, କିରେଇରେ ୧୪.୫ ଡିଗ୍ରୀ, ଫୁଲବାଣୀରେ ୧୫ ଡିଗ୍ରୀ ରେକର୍ଡ ହୋଇଛି। 

ସେହିପରି ଶୀତ ମଧ୍ୟରେ ଆସୁଛି ବଡ଼ ବର୍ଷା। ୧୪ନଭେମ୍ବର ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ୧୬ତାରିଖ ବେଳକୁ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଏକ ଅବପାତର ରୂପ ନେବାର ସମ୍ଭାବନା ରହିଛି।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.