ପ୍ରମୂଖ ଖବର
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଗଛରେ ପିଟିହେଲା କାର୍ : ୬ ଗୁରୁତର

Published By : Suraj Kumar | November 17, 2024 10:47 PM

ବଡବିଲ,୧୭।୧୧   ଚମ୍ପୁଆ ଥାନା ୨୦ ନମ୍ବର ଜାତୀୟ ରାଜପଥ ମହେଶ୍ବରପୁର ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼ ଗଛରେ ପିଟିହେଲା କାର୍। କାରରେ ବସିଥିବା ସମସ୍ତ ୬ଜଣ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଆହତ ମାନଙ୍କୁ ଉଦ୍ଧାର କରି ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । ଆହତଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ସମସ୍ତ ଆହତ ଚମ୍ପୁଆ ଏନଏସି ଅନ୍ତର୍ଗତ ଶିରପୁର ଗ୍ରାମର ବୋଲି ସୂଚନା ମିଳିଛି ।  

ଶିରପୁର ଗ୍ରାମର ଦିପକ ଦାସ, ଚିତ୍ତ ରଂଜନ ମହାନ୍ତ, ବିକାଶ ମହାକୁଡ଼, ସୁଜିତ ସର୍ଦ୍ଦାର, ଯଶୋବନ୍ତ ମହାନ୍ତ ଓ ସୁଭମ ନାଏକ କାର୍ ଯୋଗେ ଚମ୍ପୁଆରୁ ରିମୁଳି ପଟକୁ ଯାଉଥିଲେ। ମହେଶ୍ବରପୁର ନିକଟରେ ଭାରସାମ୍ୟ ହରାଇ ତାଙ୍କ କାର ରାସ୍ତାରୁ ଓହ୍ଲାଇ ଯାଇ ଏକ ଗଛରେ ପିଟି ହୋଇଥିଲା। ଫଳରେ କାରରେ  ଥିବା ସମସ୍ତେ ଆହତ ହୋଇଥିଲେ । ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ନିକଟସ୍ଥ ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିଲେ।  ଖବର ପାଇ ଚମ୍ପୁଆ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.