ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲା : ୬ ଜଣଙ୍କୁ ଆଜୀବନ ଜେଲ୍

Published By : Rasmita Pradhan | November 25, 2024 2:31 PM

ବ୍ରହ୍ମପୁର, ୨୫/୧୧ : ବାଲିଗୁଡ଼ା ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲା। ୬ ଜଣଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ ଶୁଣାଇଲେ ଗଞ୍ଜାମ ଜିଲ୍ଲା ଓ ଦୌରା ଜଜ୍। ଦୁଇ ଜଣ କୋର୍ଟରେ ଅନୁପସ୍ଥିତ ଥିବାରୁ ସେମାନଙ୍କ ବିରୋଧରେ କୋର୍ଟ ୱାରେଣ୍ଟ ଜାରି କରିଛନ୍ତି। ତତ୍କାଳୀନ ବାଲିଗୁଡା ଥାନା ଆଇଆଇସି ତଥା ବର୍ତ୍ତମାନର ବ୍ରହ୍ମପୁର ବଡ଼ବଜାର ଥାନା ଆଇଆଇସି ବାବଶଙ୍କର ସରାଫ ଚାର୍ଜସିଟ୍ ଦାଖଲ କରିଥିବା ବେଳେ ପିପି ତ୍ରିଲୋଚନ ପରିଡ଼ା ମକୋଦ୍ଦମା ପରିଚାଳନା କରୁଥିଲେ।

ସୂଚନା ଥାଉକି, ଏକ ଦୋକାନକୁ କେନ୍ଦ୍ର କରି ବାଲିଗୁଡ଼ା ଥାନା ଅନ୍ତର୍ଗତ ପାତ୍ର ସାହିର ସୂଚନା ଅଧିକାର କର୍ମ ଅଭିମନ୍ୟୁ ପଣ୍ଡା ଓ କେ.ବିଶ୍ଵଜିତ ପାତ୍ରଙ୍କ ମଧୟରେ ଶତ୍ରୁତା ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ବିଶ୍ଵଜିତ ସବୁଦିନ ପାଇଁ ଅଭିମନ୍ୟୁଙ୍କୁ ରାସ୍ତାରୁ ହଟାଇବା ଲାଗି ଏସ୍ ବାଲାଜି ଆଚାରୀ ଓ ରାସ ବିହାରୀ ଦାଶଙ୍କ ସହାୟତା ନେଇଥିଲେ। ସେମାନେ ଦୁଇ ଜଣ ସୁପାରୀ କିଲରଙ୍କୁ ୧ ଲକ୍ଷ ଟଙ୍କା ଦେଇଥିଲେ। ୨୦୧୯ ମସିହା ଡିସେମ୍ଵର ୧୦ ତାରିଖରେ ଅଭିମନ୍ୟୁ ପଣ୍ଡାଙ୍କୁ ଘର ଡାକିନେଇ ୨ ଦୁର୍ବୃତ୍ତ ଗୁଳିମାଡ଼ କରିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ବାଲିହୁଡ଼ା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.