ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ପୁରୀ ବାଟମଙ୍ଗଳା ନିକଟରେ ସିରିଜ୍ ଦୁର୍ଘଟଣା, ଟାଟା ଏସି ମାଡ଼ି ଯିବାରୁ ୬ ଗୁରୁତର

ପୁରୀ, ୧୪/୦୫ : ପୁରୀ ବାଟମଙ୍ଗଳା ନିକଟରେ ସିରିଜ୍ ଦୁର୍ଘଟଣା। ଟାଟା ଏସି ମାଡ଼ି ଯିବାରୁ ୬ ଜଣ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଚିକିତ୍ସା ପାଇଁ ଆମ୍ବୁଲାନ୍ସ ଯୋଗେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗୁରୁତର ହୋଇଥିବା ବ୍ୟକ୍ତିମାନଙ୍କ ପରିଚୟ ମିଳିନଥିବା ବେଳେ ଖବର ପାଇ ଘଟଣାସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 

ସୂଚନାନୁଯାୟୀ, ଦୁର୍ଘଟଣା ଘଟାଇଥିବା ଟାଟା ଏସିକୁ ପୋଲିସ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଛି। ତେବେ ଟାଟା ଏସି ଡ୍ରାଇଭର ମଦ୍ୟପାନ କରି ଦ୍ରୁତ ଗତିରେ ଗାଡ଼ି ଚଳାଉଥିବା ଯୋଗୁ ଏଭଳି ସିରିଜ୍ ଦୁର୍ଘଟଣା ଘଟିଥିବା ଜଣାପଡିଛି। ଗୁରୁତରଙ୍କ ମଧ୍ୟରେ ଜଣେ ମହିଳା ଓ ୬ ଜଣ ପୁରୁଷ ଥିବାବେଳେ ସେମାନଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଛି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.