ଭୁବନେଶ୍ବର, ୨୧/୧୦: ମଙ୍ଗଳବାର ପୂର୍ବାହ୍ନରେ ରାଜ୍ୟ ପୋଲିସ ମୁଖ୍ୟାଳୟ ପରିସରରେ ୬୬ତମ ପୁଲିସ ଶହୀଦ ସ୍ମୃତି ଦିବସ ପାଳିତ ହୋଇଯାଇଛି l ଏହି ଉପଲକ୍ଷେ ଆୟୋଜିତ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଦେଶ ତଥା ମାତୃଭୂମିର ସୁରକ୍ଷା ଓ ସମ୍ମାନ ପାଇଁ କର୍ମକ୍ଷେତ୍ରରେ ଶହୀଦ ହୋଇଥିବା ବୀର ମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l ଏହାସହ ବୀର ଶହୀଦଙ୍କ ପରିବାରବର୍ଗ ପ୍ରତି ମଧ୍ୟ ସମବେଦନା ଜ୍ଞାପନ କରିଛନ୍ତି l ଏହି ପରିପ୍ରେକ୍ଷୀରେ ରାଜ୍ୟ ଆରକ୍ଷୀ ବାହିନୀ ତରଫରୁ ବୀର ଶହୀଦମାନଙ୍କ ପ୍ରତି ଆନୁଷ୍ଠାନିକ ଶୋକଶସ୍ତ୍ର ପ୍ରଦର୍ଶନ କରିବା ସହ ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରାଯିବା ସହ ସମ୍ମାନ ପ୍ରଦର୍ଶନ କରାଯାଇଥିଲା ।  

ଏହି ଅବସରରେ ଡିଜିପି ଓ୍ବାଇ.ବି ଖୁରାନିଆ କିଛି ବର୍ଷ ପୂର୍ବରୁ ପୁଲିସ ସହିଦମାନଙ୍କର ତାଲିକା ସଂଖ୍ୟା ବହୁତ ଲମ୍ବା ରହୁଥିଲା ଏବଂ  ବର୍ତ୍ତମାନ ପରିସ୍ଥିତିରେ ଦେଶରେ ସହିଦମାନଙ୍କ ସଂଖ୍ୟା ବହୁ ମାତ୍ରାରେ ହ୍ରାସ ଘଟିଛି ବୋଲି କହିଥିଲେ ।  ଦେଶର ସମସ୍ତ ସୁରକ୍ଷା ବାହିନୀ ତଥା ପୁଲିସ କର୍ମଚାରୀଙ୍କର ଅକ୍ଲାନ୍ତ ପରିଶ୍ରମ ଓ ସାହସ ଦ୍ୱାରା ଏହା ସମ୍ଭବ ହୋଇପାରିଛି । ଜମ୍ମୁ-କାଶ୍ମୀର, ପଞ୍ଜାବ, ଉତ୍ତର ପୂର୍ବ ରାଜ୍ୟଗୁଡ଼ିକ ତଥା ନକ୍ସଲ ପ୍ରଭାବିତ ଅଞ୍ଚଳରେ ପୁଲିସ ଅଧିକାରୀ ଓ ଯବାନମାନେ ବୀରତ୍ୱର ସହିତ ଯୁଦ୍ଧ କରୁଛନ୍ତି। ଆମ ରାଜ୍ୟର ସାହସୀ ପୁଲିସ କର୍ମଚାରୀମାନଙ୍କର ବୀରତ୍ବ ଯୋଗୁଁ, ଆମେ ନକ୍ସଲ ପ୍ରଭାବିତ ଅଞ୍ଚଳରେ ଶାନ୍ତି ଓ ସୁରକ୍ଷା ସ୍ଥାପନ କରିପାରିଛୁ ଏବଂ ଆଗାମୀ ଦିନରେ ମଧ୍ୟ ଏହାର ପ୍ରୟାସ ଜାରି ରଖିବୁ ବୋଲି ଡିଜିପି କହିଥିଲେ  l

Police​​​​​​​

ଏହି ଅବସରରେ ସାଧାରଣ ଜନତାଙ୍କୁ ନିରନ୍ତର ସେବା ପ୍ରଦାନ କରୁଥିବା ରାଜ୍ୟର ପୁଲିସ ଅଧିକାରୀ ଓ କର୍ମଚାରୀଙ୍କୁ  ସାଧୁବାଦ ଜଣାଇଥିଲେ l ଚଳିତ ବର୍ଷ ଭାରତ ବର୍ଷରେ ବିଭିନ୍ନ କେନ୍ଦ୍ରୀୟ ପୁଲିସ ବଳ ଓ ରାଜ୍ୟ ପୁଲିସର ୧୯୧ଜଣ ଆରକ୍ଷୀ ପ୍ରାଣବଳି ଦେଇ ନିଜ ମାତୃଭୂମିକୁ ଗୌରବାନ୍ଵିତ କରିଛନ୍ତି । ଏହି ଅବସରରେ କର୍ତ୍ତବ୍ୟ ସମ୍ପାଦନ କରୁଥିବା ସମୟରେ ଶହୀଦ ହୋଇଥିବା  ରାୟଗଡ଼ା  ଜିଲ୍ଲାର 2nd IR Bn. Constable/475  ଲକ୍ଷ୍ମଣ ମାଝୀ, UPD କଟକର OAPF /353  ଲୋକନାଥ ଶବରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ସେହିପରି ଉଭୟଙ୍କ ପରିବାର ବର୍ଗଙ୍କୁ ରାଜ୍ୟ ପୁଲିସ ମୁଖ୍ୟାଳୟକୁ ସ୍ଵତନ୍ତ୍ର ନିମନ୍ତ୍ରଣ କରାଯାଇ ଏହି ପବିତ୍ର ଦିବସରେ ସାମିଲ କରାଯାଇଥିଲା । ଡିଜିପି ଖୁରାନିଆ ଶୋକସନ୍ତପ୍ତ  ଉଭୟଙ୍କ ପରିବାର ବର୍ଗଙ୍କ ସହିତ ଭାବ ବିନିମୟ କରିବା ସହ ସମବେଦନା ଜ୍ଞାପନ କରିଥିଲେ । ଉଭୟଙ୍କ ତ୍ୟାଗ ଏବଂ ବଳିଦାନ ରାଜ୍ୟ ପୋଲିସ ପାଇଁ ଚିରସ୍ମରଣୀୟ ହୋଇ ରହିବ ବୋଲି ଡିଜିପି କହିଥିଲେ ।

ଉଲ୍ଲେଖଯୋଗ୍ୟ ଯେ, ଚଳିତ ବର୍ଷ ଆନ୍ଧ୍ରପ୍ରଦେଶର ୫ , ଆରୁଣାଚଳ ପ୍ରଦେଶର ୧ , ଆସମର ୨ , ବିହାରର ୮ , ଛତିଶଗଡର ୧୬, ଗୁଜୁରାଟ ୩, ଝାଡ଼ଖଣ୍ଡର ୧, କର୍ଣାଟକର ୮କେରଳର ୧, ମଧ୍ୟପ୍ରଦେଶର ୧୧, ମହାରାଷ୍ଟ୍ରର ୧ମଣିପୁରର ୩, ନଗାଲାଣ୍ଡର ୧ଓଡିଶାର ୨, ପଞ୍ଜାବର ୩, ରାଜସ୍ଥାନର ୭, ତାମିଲନାଡୁର ୬, ତେଲେଙ୍ଗାନାର ୫, ତ୍ରିପୁରାର ୨ଉତ୍ତରପ୍ରଦେଶର ୩, ଉତ୍ତରାଖଣ୍ଡର ୪, ପଶ୍ଚିମବଙ୍ଗର ୧୨, ଚଣ୍ଡିଗଡ଼ର ୨ଦିଲ୍ଲୀର ୮, ଜାମ୍ମୁ ଓ କାଶ୍ମୀରର ୧୪, ଲଦାଖର ୧, ଆସାମ ରାଇଫଲର ୨, ବିଏସଏଫର ୨୩, ସିଆଇଏସଏଫର ୬, ସିଆରପିଏଫର ୯, ଆଇଟିବିପିର ୫, ଏସଏସବିର ୬, ଏନଡିଆଏଫର ୧ ଏବଂ ଆରପିଏଫର  ୯ ଜଣ ଶହୀଦ ହୋଇଛନ୍ତି l

plc​​​​​​​

ଆଜିର ଏହି କାର୍ଯ୍ୟକ୍ରମରେ ଡିଜିପି (କ୍ରାଇମବ୍ରାଞ୍ଚ) ବିନୟ ତୋଷ ମିଶ୍ରନିର୍ଦ୍ଦେଶକ (ଗୁଇନ୍ଦା) ଆର. ପି. କୋଚେ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଣ୍ଟି ନକ୍ସଲ ଅପରେସନ) ସଞ୍ଜୀବ ପଣ୍ଡା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନୀକିକରଣ) ଏସ. କେ. ପ୍ରିୟଦର୍ଶୀ, ନିର୍ଦ୍ଦେଶକ (ଏସଏଫଏସଏଲ) ଡ଼ ସନ୍ତୋଷ ବାଲା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଅରୁଣ ବୋଥ୍ରାଙ୍କ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଭିଜିଲାନ୍ସ) ଅସୀତ୍ କୁମାର ପାଣିଗ୍ରାହୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ(ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାରଟ୍ରାନ୍ସପୋର୍ଟ କମିଶନର ଅମିତାଭ ଠାକୁର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (କମ୍ୟୁନିକେସନ) ଦୟାଲ ଗଙ୍ଗୱାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସଏପି) ରାଜେଶ କୁମାରଙ୍କ ସମେତ ପୁଲିସ ବିଭାଗର ବହୁ ବରିଷ୍ଠ ପୁଲିସ ଅଧିକାରୀ ଉପସ୍ଥିତ ରହି ଶହୀଦ ବୀର ଯବାନ ମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l