ପ୍ରମୂଖ ଖବର
  • ପୁରୀରେ କାଳବୈଶାଖୀ ପ୍ରଭାବ: ଭୁଶୁଡ଼ି ପଡ଼ିଲା କମାରଶାଳ
  • ||
  • ପ୍ରକାଶ ପାଇଲା ICSE ଦଶମ ଏବଂ ISC ଦ୍ୱାଦଶ ପରୀକ୍ଷା ଫଳାଫଳ, ଜାଣନ୍ତୁ କେମିତି ଚେକ୍‌ କରିବେ ରେଜଲ୍ଟ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||
  • ଅକ୍ଷୟ ତୃତୀୟରେ ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, ୧୦୨୫ କୋଟି ଟଙ୍କା ବାଣ୍ଟିଲେ ସରକାର
  • ||
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ଷଷ୍ଠ ଶ୍ରେଣୀ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ଘର ଭିତରୁ ଝୁଲନ୍ତା ମୃତଦେହ ଉଦ୍ଧାର

Published By : Prameya | March 20, 2025 1:35 PM

ଭୁବନେଶ୍ଵର, ୨୦/୦୩ : ଷଷ୍ଠ ଶ୍ରେଣୀ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ। ଘର ଭିତରୁ ଝୁଲନ୍ତା ମୃତଦେହ ଉଦ୍ଧାର। ରାୟଗଡ଼ା ଜିଲ୍ଲା ଗୁଣପୁରର ସ୍ଥିତ ବାଲାଜି ନଗରରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତ ଛାତ୍ର ହେଲେ ସନ୍ଦିପ୍ ପାଲକା (୧୩ ବର୍ଷ)। ନାବାଳକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 

ସୂଚନାନୁଯାୟୀ, ପୁରୁଣା ଗୁଣପୁର ସ୍ଥିତ ବାଲିଜି ନଗର ଠାରେ ପ୍ରଦୀପ ପାଲକା ପରିବାର ସହ ଏକ ଭଡ଼ା ଘରେ ରୁହନ୍ତି। ପ୍ରଦୀପ ପାଲକା ଓ ତାଙ୍କ ପତ୍ନୀ ଉଭୟ ଶିକ୍ଷକତା କରୁଛନ୍ତି। ନିଜ ଘର ତିଆରି ଚାଲିଥିବା ଯୋଗୁ ଘର କାମରେ ଉଭୟ ସ୍ବାମୀ ଓ ସ୍ତ୍ରୀ ବାହାରକୁ ଯାଇଥିଲେ। ଘରକୁ ଫେରିବା ପରେ ପୁଅର ମୃତଦେହ ଝୁଲୁଥିବା ଦେଖିବାକୁ ପାଇଥିଲେ। ଏହାପରେ ନାବାଳକଙ୍କୁ ଉଦ୍ଧାର କରି ଗୁଣପୁର ଉପଖଣ୍ଡ ସ୍ଵାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ହେଲେ ସେଠାରେ ଡାକ୍ତର ନାବାଳକଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ପ୍ରଦୀପ ଗୁଣପୁର ଥାନାରେ ଅଭିଯୋଗ କରିଛନ୍ତି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ଗୁଣପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।  

ଏହି ଖବରଟିକୁ ପଢନ୍ତୁ-ପେଟ କାଟିବାରୁ ଡାକ୍ତରଖାନା ଯାଇଥିଲେ, ଶୌଚାଳୟରେ ପ୍ରସବ କଲେ ଯୁକ୍ତ ୩ ଛାତ୍ରୀ




Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.