ପ୍ରମୂଖ ଖବର
  • ଶ୍ରୀମନ୍ଦିରରେ ବ୍ୟବହାର ହେବ ଓମଫେଡ୍ ଘିଅ
  • ||
  • ୪୮ ବିଧାନସଭା ଓ ୨ ଲୋକସଭା ଆସନରେ ହେବ ଉପନିର୍ବାଚନ
  • ||
  • ନଭେମ୍ବର ୧୩ ଓ ୨୦ରେ ଝାଡ଼ଖଣ୍ଡ ନିର୍ବାଚନ
  • ||
  • ନଭେମ୍ବର ୨୦ରେ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ
  • ||
  • ୨୩ରେ ଓଡିଶା ଆସିବେ ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁ, ୩ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • ଭୁବନେଶ୍ୱର: ପ୍ରେମ ପାଇଁ ଆପାର୍ଟମେଣ୍ଟରୁ ଡେଇଁ ଜୀବନ ହାରିଲେ ଯୁବକ, ପ୍ରେମିକା ନାଁରେ ମାମଲା
  • ||
  • ଦୁର୍ଗାମୂର୍ତ୍ତି ବିସର୍ଜନ ବେଳେ ବହରାଇଚରେ ହିଂସା, ଇଣ୍ଟରନେଟ ବନ୍ଦ
  • ||
  • ଗୁରୁବାର ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ନିବେଶ ଟାଣିବାକୁ କରିବେ ରୋଡ ସୋ’
  • ||
  • ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ ସକ୍ରିୟ, ଆଜି ନେଇପାରେ ଲଘୁଚାପ ରୂପ: ୧୮ରୁ ୨୦ମଧ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
  • ||

ମେଜର ଓ ତାଙ୍କ ବାନ୍ଧବୀଙ୍କୁ ରାସ୍ତାରେ ଆକ୍ରମଣ ଘଟଣା : ଗିରଫ ୭ ଯୁବକଙ୍କୁ ମିଳିଲା ଜାମିନ

ଭୁବନେଶ୍ବର, ୨୧।୯ : ମେଜର ଓ ତାଙ୍କ ବାନ୍ଧବୀଙ୍କୁ ରାସ୍ତା ଉପରେ ଆକ୍ରମଣ କରିବା ଘଟଣାରେ ୭ ଜଣ ଯୁବକଙ୍କୁ ଚନ୍ଦକା ପୋଲିସ ଗିରଫ କରି  ଶନିବାର କୋର୍ଟ ଚାଲାଣ କରିଥିଲା। ୭ ଜଣ ଯୁବକଙ୍କୁ ଭୁବନେଶ୍ବର ଜେଏମଏଫସି କୋର୍ଟରୁ ଜାମିନ ମିଳିଛି। 

ଆର୍ମି ମେଜର  ଓ ତାଙ୍କ ବାନ୍ଧବୀ ୧୪ ତାରିଖ ରାତିରେ ପଟିଆରୁ ଭରତପୁରକୁ  ରାତିରେ ଆସୁଥିଲେ । ରାସ୍ତାରେ ୨ଟି କାର୍‌କୁ ସେ ଓଭରଟେକ୍‌ କରିଥିଲେ । କାର୍‌ରେ ଥିବା ଯୁବକମାନେ ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କୁ ଅଟକାଇ ଦୁର୍ବ୍ୟବହାର ସହ ଆକ୍ରମଣ  କରିଥିଲେ। ଏନେଇ ରାତିରେ  ଭରତପୁର ଥାନାକୁ ଅଭିଯୋଗ କରିବାକୁ ଆସିଥିଲେ ମେଜର  ଓ ତାଙ୍କ ବାନ୍ଧବୀ । ତେବେ ସେଠାରେ ପୋଲିସ ସହ ସେମାନଙ୍କର ଯୁକ୍ତିତର୍କ ହୋଇଥିଲା। ଏହା ପରେ  ଉଭୟଙ୍କୁ ପୁଲିସ ନିର୍ଯାତନା ଦେଇଥିଲା। ଏପରିକି ମେଜରଙ୍କ ବାନ୍ଧବୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା।    ଥାନାରେ ଅଭିଯୋଗ କରିବାକୁ ଆସି ପୋଲିସ ଠାରୁ ମାଡ ଖାଇବା ଓ ନିର୍ଯାତନା ଦିଆଯିବା ଅଭି‌ଯୋଗ ହେବା  ପରେ ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ ଡିଜିପି ୱାଇବି ଖୁରାନିଆ । ଏଥିସହ ୫ ପୋଲିସ ଅଫିସରଙ୍କୁ ଡିଜିପି ନିଲମ୍ଵିତ କରିଥିଲେ। ବର୍ତ୍ତମାନ ରାଜଧାନୀର ଭାରତପୁର ଥାନାର ଏହି କାଣ୍ଡ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି ।  ମେଜର ଓ ତାଙ୍କ ବାନ୍ଧବୀଙ୍କୁ ରାସ୍ତା ଉପରେ ଆକ୍ରମଣ କରିବା ଘଟଣାରେ ୭ ଜଣ ଯୁବକଙ୍କୁ ଚନ୍ଦକା ପୋଲିସ ଶନିବାର  ଗିରଫ କରି କୋର୍ଟ ଚାଲାଣ କରିଥିଲା। ।  ଏଥିସହ ଗୋଟିଏ ଗାଡି ଓ ୧୧ଟି ମୋବାଇଲ ଫୋନକୁ ପୋଲିସ  ସେମାନଙ୍କ ଠାରୁ ଜବତ କରିଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.