ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବସକୁ ଧକ୍କା ଦେଲା ଟ୍ରକ, ଗୋଟିଏ ପରିବାରର ୭ ମୃତ

ଚଣ୍ଡିଗଡ,୨୪/୫: ଅଧା ରହିଗଲା  ବୈଷ୍ଣୋଦେବୀଙ୍କ ଦର୍ଶନ । ଜମ୍ମୁ-କାଶ୍ମୀର ଯାଉଥିବା ବେଳେ ବସକୁ  ଧକ୍କା ଦେଲା ଟ୍ରକ । ଏକାସାଙ୍ଗରେ ଚାଲିଗଲା ପରିବାରର ୭ ଜଣଙ୍କ ଜୀବନ ।  ତେବେ ହରିୟାଣା ରାଜ୍ୟର ଅମ୍ବାଲାରେ ଏଭଳି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଏଥିରେ ୨୫ରୁ ଅଧିକ ଲୋକେ ଗୁରୁତର ହୋଇଥିବା ବେଳେ ସମସ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । 

ତେବେ ମୃତାହତମାନେ ଉତ୍ତରପ୍ରଦେଶର ବୁଲନ୍ଦସହର ବାସିନ୍ଦା । ସମସ୍ତେ ଗୋଟିଏ ପରିବାରର । ସମସ୍ତେ ମିଶି ଜମ୍ମୁ-କାଶ୍ମୀର ସ୍ଥିତ ମାତା ବୈଷ୍ଣୋଦେବୀଙ୍କ ଦର୍ଶନ ପାଇଁ ଏକ ମିନି ବସ୍‌ରେ ଯାଉଥିଲେ । ହେଲେ ଆଜି ଭୋର୍ ସମୟରେ  ଦିଲ୍ଲୀ-ଜମ୍ମୁ ଜାତୀୟ ରାଜପଥରେ ବସଟି ଯାଉଥିବା ବେଳେ  ହଠାତ୍ ଏକ ଦ୍ରୁତଗାମୀ ଟ୍ରକ ପଛପଟୁ ଧକ୍କା ଦେଇଥିଲା । ଫଳରେ  ବସ୍‌ଟି ପୁରା ଚୁରାମାର୍ ହୋଇଯାଇଥିଲା । ଏନେଇ ଘଟଣାସ୍ଥଳରେ  ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ରୁ ଅଧିକ ଲୋକ ଗୁରୁତର ଆହତ ହୋଇଛନ୍ତି । ଏନେଇ ପୋଲିସ ପହଞ୍ଚି ବସ୍‌ ଭିତରୁ ମୃତାହତମାନଙ୍କୁ ଉଦ୍ଧାର କରି ସମସ୍ତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.