ପ୍ରମୂଖ ଖବର
  • ବରଗଡ ମୁଖ୍ୟ କାରାଗାରରେ ଅଘଟଣ, ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ
  • ||
  • ସୁନ୍ଦରଗଡ଼ : ଧାର ଟଙ୍କା ମାଗିବାରୁ ଟାଙ୍ଗିଆରେ ଆକ୍ରମଣ କଲା ଦୁର୍ବୃତ୍ତ, ଯୁବକ ମୃତ
  • ||
  • ଚମ୍ପୁଆ ରେଞ୍ଜରେ ହାତୀପଲଙ୍କ ଉପଦ୍ରଦବ ପରେ ଜଳକ୍ରୀଡା, ମନୋରମ ଦୃଶ୍ୟ ଦେଖିବାକୁ ଲୋକଙ୍କ ଭିଡ଼
  • ||
  • କୋରାପୁଟ : ସ୍କୁଟି ଉପରେ ଚଢିଗଲା ଟ୍ରକ୍‌; ଜଣେ ମୃତ, ଜଣେ ଆହତ
  • ||
  • ବଣାଇ : ନଦୀକୁ ମାଛ ଧରିବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ଉଦ୍ଧାର ହେଲା ମୃତଦେହ
  • ||
  • ଦଶମଥର ଅପରିବର୍ତ୍ତିତ ରହିଲା ରେପୋ ରେଟ୍ , ୬.୫%ରେ ହିଁ ରେପୋ ରେଟ୍ ସ୍ଥିର
  • ||
  • ଚାନ୍ଦବାଲି : ମଦ୍ୟପଙ୍କ ଆତ୍ମହତ୍ୟା ଉଦ୍ୟମ, ପଚାଶ ଫୁଟ ବିଜୁଳି ଖୁଣ୍ଟିରୁ ଜଳି ଜଳି ତଳକୁ ଖସିଲେ ଯୁବକ
  • ||
  • ଖୋର୍ଦ୍ଧା : ଫାଟିଲା ଏୟାର ପ୍ରେସର ଟାଙ୍କି; ଜଣେ ମୃତ, ୨ ଗୁରୁତର
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଧାମନଗର ଓ ଦୋବଲରୁ ହଟିଲା ୧୬୩ ଧାରା
  • ||
  • ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ୍‌: ଆଜି ଭାରତ-ଶ୍ରୀଲଙ୍କା ଟକ୍କର, ଏସିଆ କପ୍‌ ପରାଜୟ ପ୍ରତିଶୋଧ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
  • ||
  • ଆଜିଠୁ ବିଜେଡିର ସଭ୍ୟ ସଂଗ୍ରହ, ଶଙ୍ଖ ଭବନରେ ଶୁଭାରମ୍ଭ କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ
  • ||
  • ଲମତାପୁଟ : ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||
  • ଭାରତ ଓ ବାଂଲାଦେଶ ଦ୍ୱିତୀୟ ଟି-ଟ୍ୱେଣ୍ଟି: ଫୋକସ୍‌ରେ ବିସ୍ଫୋରକ ବ୍ୟାଟିଂ, ସିରିଜ କବ୍‌ଜା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
  • ||
  • ଖଲ୍ଲିକୋଟ : ୨ ମାସ ପରେ ମିଳିଲା ଚୋରି ସୁନା, ସୁନା ଜବତ କରି ମାଲିକକୁ ହସ୍ତାନ୍ତର କଲା ପୋଲିସ
  • ||
  • ଆଜି ୩୫ ଲକ୍ଷ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା, ବାରିପଦାରେ ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ପୀଠରେ ଆରମ୍ଭ ହେବ ତ୍ରିଦିନାତ୍ମକ ପୂଜା: ଆଜି ଶ୍ରୀମନ୍ଦିରରେ ମହାସପ୍ତମୀ, ନିଶାର୍ଦ୍ଧରେ ଠାକୁରାଣୀଙ୍କୁ ଆମିଷ ଭୋଗ ଲାଗିବ
  • ||

ମେଜର ଓ ବାନ୍ଧବୀଙ୍କୁ ମାଡ଼ ମାରିବା ଘଟଣା, ଧରାହେଲେ ୭ ରୋଡ୍ ରୋମିଓ

ଭୁବନେଶ୍ଵର, ୨୦/୦୯ : ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ମାଡ଼ ମାରିବା ଘଟଣା। ଧରାହେଲେ ୭ ରୋଡ୍ ରୋମିଓ। ସିସିଟିଭି ଆଧାରରେ ୭ ଜଣ ରୋଡ୍ ରୋମିଓଙ୍କୁ ଧରିଲା କମିଶନରେଟ୍ ପୋଲିସ। ସେମାନଙ୍କୁ ଏବେ ଚନ୍ଦକା ଥାନାରେ ପଚରାଉଚୁରା କରାଯାଉଛି। 

ଆର୍ମି ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତାଙ୍କୁ ନିର୍ଯାତନା ଦେବା ଘଟଣା ଦିନକୁ ଦିନ ବିବାଦୀୟ ହେବାକୁ ଲାଗିଛି। ଶନିବାର ରାତିରେ ଗୁରୁବଂଶ ଓ ତାଙ୍କ ବାନ୍ଧବୀ ଅଙ୍କିତା ପଟିଆରୁ ଭରତପୁରକୁ ଆସୁଥିଲେ । ମଝି ରାସ୍ତାରେ ୨ଟି କାର୍‌କୁ ସେ ଓଭରଟେକ୍‌ କରିଥିଲେ । କାର୍‌ରେ ଥିବା ଯୁବକମାନେ ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କୁ ଅଟକାଇ ଦୁର୍ବ୍ୟବହାର କରିଥିଲେ। ଏନେଇ ଭରତପୁର ଥାନାକୁ ଅଭିଯୋଗ କରିବାକୁ ଆସିଥିଲେ ଆର୍ମି ଅଫିସର  ଗୁରୁବଂଶ ଓ ଅଙ୍କିତା । ତେବେ ସେଠାରେ ଉଭୟଙ୍କୁ ପୁଲିସ ନିର୍ଯାତନା ଦେଇଥିବା ସେମାନେ ଅଭିଯୋଗ କରିଥିଲେ।  

ଏହାରି ଭିତରେ ପୁଲିସ୍‌ ରୋଡ୍‌ ରୋମିଓଙ୍କ ଆତଙ୍କରାଜ ଭୁଲି ଯାଇଥିଲା। ଡିଜିପି ଭୁବନେଶ୍ୱର ଡିସିପି ପ୍ରତୀକ ସିଂହଙ୍କୁ ତୁରନ୍ତ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଏବେ କମିଶନରେଟ୍ ପୋଲିସ ୭ ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଥିବା ସୂଚନା ମିଳିଛି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.