ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଆତ୍ମସମର୍ପଣ କଲେ ୭ ହାର୍ଡକୋର୍ ମାଓବାଦୀ, ମୁଣ୍ଡ ଉପରେ ଥିଲା ୩୨ ଲକ୍ଷ ଟଙ୍କାର ପୁରସ୍କାର

Published By : Rasmita Pradhan | March 1, 2025 9:47 AM

ଭୁବନେଶ୍ଵର, ୦୧/୦୩ : ଦୁର୍ବଳ ହେଉଛି ମାଓଗଡ଼। ଆତ୍ମସମର୍ପଣ କଲେ ୭ ହାର୍ଡକୋର୍ ମାଓବାଦୀ। ଛତିଶଗଡ଼ର ସୁକୁମା ଜିଲ୍ଲା ଏସପି କିରଣ ଚୌହାନ ଓ ସିଆରପିଏଫ କମାଣ୍ଡେଣ୍ଟଙ୍କ ନିକଟରେ ମାଓବାଦୀମାନେ ଆତ୍ମସମର୍ପଣ କରିଛନ୍ତି। ଏମାନେ ହିଂସାର ରାସ୍ତା ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି।

ସୂଚନାନୁଯାୟୀ, ଆତ୍ମସମର୍ପଣ କରିଥିବା ସମସ୍ତ ମାଓବାଦୀଙ୍କ ମୁଣ୍ଡ ଉପରେ ଛତିଶଗଡ଼ ସରକାର ପୂର୍ବରୁ ୩୨ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ। ଏମାନେ ପୋଲିସ ନିକଟରେ ଆତ୍ମସମର୍ପଣ କରିବା ପରେ ସୁକୁମା ଏସପି ୨୫ ହଜାର ଲେଖାଏଁ ପୁରସ୍କାର ରାଶି ପ୍ରଦାନ କରିଛନ୍ତି। ଏଥି ସହିତ ଏମାନଙ୍କ ନାମରେ ପୂର୍ବରୁ ରହିଥିବା ସମସ୍ତ ମାମଲା ପ୍ରତ୍ୟାହାର କରିଛନ୍ତି। ସରକାରଙ୍କ ନିୟମ ଅନୁଯାୟୀ ସେମାନଙ୍କୁ ଥଇଥାନ କରାଯିବ ବୋଲି ସୁକୁମା ଏସପି କହିଛନ୍ତି। 

ଏହି ଖବରଟିକୁ ପଢନ୍ତୁ- ଶୋଇଥିବା ବେଳେ ଯୁବକଙ୍କୁ ଏସିଡ୍ ମାଡ଼, ପୂର୍ବ ଶତ୍ରୁତା ସନ୍ଦେହ


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.