ମେଷ :କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ପୂର୍ବାହ୍ଣ ୧୧ଟା ୫୬ ମିନିଟ୍ ପର୍ଯ୍ୟନ୍ତ ଘାତ ନକ୍ଷତ୍ର ଭୋଗ ହେଉଥିବାରୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନଙ୍କର ଶିକ୍ଷା, ଦୀକ୍ଷା, କର୍ମରେ ବାଧାବିଘ୍ନ ଦେଖାଦେବ ଏବଂ ସେମାନେ ବିଶୃଙ୍ଖଳିତ ହେବେ । ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଏବଂ ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଅଶ୍ୱିନୀ ଓ ଦ୍ୱିଜା ମେଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ: ସିଲ୍ଭର, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ସ୍କନ୍ଦ ।
ବୃଷ :ଚତୁର୍ଥ ଚନ୍ଦ୍ର, ବୁଧବାର ଓ କେତୁ, ଶୁକ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ପାରିବାରିକ ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର କୃତ୍ତିକା ଓ ରୋହିଣୀ ବୃଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।
ମିଥୁନ :ତୃତୀୟ ଚନ୍ଦ୍ର ଓ କେତୁ, ଶୁକ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ମନରେ ଦୃଢ଼ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଆଦ୍ର୍ର୍ରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା: ମା’ ଛିନ୍ନମସ୍ତା ।
କର୍କଟ :ଘାତବାର ଓ ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ ଓ ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଲେଷା କର୍କଟ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ଭଗବାନ ଶିବ ।
ସିଂହ :ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ ସମ୍ପର୍କ ନିବିଡ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ପ୍ରାପ୍ତ ହେବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା: ପ୍ରଭୁ ଗଜାନନ ।
କନ୍ୟା :ଦ୍ୱାଦଶ ଚନ୍ଦ୍ର, ବୁଧବାର ଓ କେତୁ, ଶୁକ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅପବ୍ୟୟ, ଅପବାଦ, ଅପଯଶରୁ ମୁକ୍ତି ମିଳିବ ଏବଂ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଦୂରେଇ ଯିବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ । ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ କୌଣସି ଆର୍ଥିକ ସଂସ୍ଥାରେ ବିନିଯୋଗ କରିବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ ଅଟକିଥିବା କାମକୁ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
ତୁଳା :ଏକାଦଶ ଚନ୍ଦ୍ର, ବୁଧବାର ଓ ପୂର୍ବାହ୍ଣ ୧୧ଟା ୫୬ ମିନିଟ୍ ପରେ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆର୍ଥିକ ସ୍ଥିତିରେ ଉନ୍ନତି, ବ୍ୟବସାୟରେ ପ୍ରଗତି ଏବଂ କର୍ମରେ ଉନ୍ନତିର ଶୀର୍ଷ ସ୍ତରରେ ପହଞ୍ଚିବେ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ଆୟରେ, କର୍ମରେ, ବ୍ୟବସାୟରେ ଉନ୍ନତି ଆଣିବା ପାଇଁ ନୂତନ ଯୋଜନା ଆପଣାଇବେ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ବିଖାଶା ତୁଳା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ କମଳା ।
ବିଛା :ଦଶମ ଚନ୍ଦ୍ର ଯୋଗୁ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ । ଆଜି ଯେ କୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା, କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ଦେହ,ମନ ସୁସ୍ଥ ରହିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।
ଧନୁ :କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ମାନ, ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ମୂଳା ଓ ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର :ଘାତଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଓ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରବଣ ଲାଗି ରହିବ ଏବଂ ଆର୍ଥିକ ଠକାମିର ଶିକାର ହୋଇପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁମାନଙ୍କର ଶ୍ରବଣା ଓ ଧନିଷ୍ଠା ମକର, ସେମାନେ ସତର୍କତା ଅବଲମ୍ବନ କରିବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।
କୁମ୍ଭ :ସପ୍ତମ ଚନ୍ଦ୍ର, ବୁଧବାର ଓ ପୂର୍ବାହ୍ଣ ୧୧ଟା ୫୬ ମିନିଟ୍ ପରେ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।
ମୀନ :ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ଉତ୍ତର ଭାଦ୍ର ମୀନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ମାଣିକେଶ୍ୱରୀ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩