ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଝଡ଼ ତୋଫାନରେ ଡଙ୍ଗା ବୁଡି ୭ ମୃତ

ଭୋପାଳ:  ନଦୀ ପାର୍ ହେବା କାଳ । ଅକାଳରେ ଚାଲିଗଲା ୭ଜଣଙ୍କ ଜୀବନ । ମଧ୍ୟପ୍ରଦେଶର ଶ୍ୟୋପୁରରେ ଡଙ୍ଗା ବୁଡି ୩ ଶିଶୁଙ୍କ ସମେତ ୭ ଜଣଙ୍କ ମୃତ୍ୟୁ ହୋଇଛି। ନଦୀ ପାର୍ ହେଉଥିବାବେଳେ ହଠାତ ଝଡ ତୋଫାନ ଆସିବା ଯୋଗୁଁ ଭାରସାମ୍ୟ ହରାଇ ଡଙ୍ଗାଟି ନଦୀରେ ଓଲଟି ପଡିଥିଲା । ୪ ଜଣ ପହଁରି ପହଁରି ନିଜ ଜୀବନ ବଞ୍ଚାଇ ଥିବାବେଳେ ଆଉ ୭ ଜଣଙ୍କ ମୃତ୍ୟୁ ହୋଇଛି । 

ତେବେ ଡଙ୍ଗା ବୁଡିବା ନେଇ ଖବର ପାଇବା ପରେ ପୋଲିସ, ପ୍ରଶାସନ ଓ ଏନଡିଆରଏଫ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ୪ ଘଣ୍ଟାର ରେସ୍କ୍ୟୁ ଅପରେସନ ପରେ ୭ ଜଣଙ୍କ ମୃତଦେହ ନଦୀରୁ ଉଦ୍ଧାର ହୋଇଛି । ସମସ୍ତ ମୃତକ ରାଜସ୍ଥାନର ନାନାବତ ଓ ବିଜରପୁର ଅଞ୍ଚଳର । ଏହି ଅଘଟଣରେ ଗୋଟିଏ ପରିବାରର 4 ଜଣଙ୍କ ମୃତ୍ୟୁ ହୋଇଛି । ମୃତକମାନେ ସମ୍ପର୍କରେ ସ୍ୱାମୀ-ସ୍ତ୍ରୀ ଏବଂ ସେମାନଙ୍କ ୨ଟି ଶିଶୁ ଥିବା ଜଣାପଡିଛି । ଏହି ଅଘଟଣକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ରାଶି ଘୋଷଣା କରିଛନ୍ତି । 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.