ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

୭୦ତମ ଜାତୀୟ ଚଳଚ୍ଚିତ୍ର ସମ୍ମାନ, କଳାକାରଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Published By : Krishna Priya | October 9, 2024 7:54 AM

ନୂଆଦିଲ୍ଲୀ ୦୯/୧୦: ଗତ ମଙ୍ଗଳବାର ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନରେ ଅନୁଷ୍ଠିତ ହୋଇଛି ୭୦ତମ ଜାତୀୟ ଚଳଚ୍ଚିତ୍ର ସମ୍ମାନ ମହୋତ୍ସବ । ଭାରତୀୟ ସିନେମାକୁ ଉଲ୍ଲେଖନୀୟ ଯୋଗଦାନ ଦେଇଥିବା କଳାକାରଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଦ୍ୱାରା ସମ୍ମାନିତ କରିଛନ୍ତି । ଫିଲ୍ମ ‘କାନ୍ତାରା’ ପାଇଁ ଶ୍ରେଷ୍ଠ ଅଭିନେତା ପୁରସ୍କାର ଗ୍ରହଣ କରିଛନ୍ତି ରିଷଭ ଶେଟ୍ଟୀ । ପୂର୍ଣ୍ଣ ମନୋରଞ୍ଜନଧର୍ମୀ ଶ୍ରେଷ୍ଠ ଫିଚର୍‌ ଫିଲ୍ମ ଭାବେ ‘କାନ୍ତାରା’ ମଧ୍ୟ ପୁରସ୍କାର ଲାଭ କରିଛି । ମାଲାୟାଲମ୍‌ ଫିଲ୍ମ ‘ଆଟ୍ଟମ୍‌’କୁ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର ମିଳିଛି । ଫିଲ୍ମ ‘ଉଁଚାଇ’ ପାଇଁ ଶ୍ରେଷ୍ଠ ନିର୍ଦ୍ଦେଶକ ପୁରସ୍କାର ପାଇଛନ୍ତି ସୂରଜ ବଡ଼ଜାତ୍ୟା । ଫିଲ୍ମ ‘ତିରୁଚିତ୍ରାମ୍ବଲମ୍‌’ ପାଇଁ ନିତ୍ୟା ମେନନ୍‌ ଓ ‘କଚ୍ଛ ଏକ୍ସପ୍ରେସ୍‌’ ପାଇଁ ମାନସୀ ପାରେଖ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ଗ୍ରହଣ କରିଛନ୍ତି । 

ସେହିପରି କରନ ଜୋହରଙ୍କ ପ୍ରଯୋଜିତ ଓ ଆୟାନ ମୁଖାର୍ଜୀଙ୍କ ନିର୍ଦ୍ଦେଶିତ ‘ବ୍ରହ୍ମାସ୍ତ୍ର’ ଦୁଇଟି ପୁରସ୍କାର ପାଇଛି । ଏ ଅବସରରେ କରନ ଜୋହର ପୁରସ୍କାର ଗ୍ରହଣ କରି ଆୟାନଙ୍କ କାମକୁ ଖୁବ୍‌ ପ୍ରଶଂସା କରିଥିଲେ । ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ବିଭାଗରେ ବିଜେତା ହୋଇଥିବା ଫିଲ୍ମ ‘ଗୁଲମୋହର’ ପାଇଁ ଜାତୀୟ ଫିଲ୍ମ ପୁରସ୍କାର ଗ୍ରହଣ କରିଛନ୍ତି ମନୋଜ ବାଜପେୟୀ । ସିନେ ଦୁନିଆକୁ ଉଲ୍ଲେଖନୀୟ ଯୋଗଦାନ ଲାଗି ମିଥୁନ ଚକ୍ରବର୍ତ୍ତୀ ଦାଦା ସାହେବ ଫାଲ୍‌କେ ପୁରସ୍କାର ଗ୍ରହଣ କରିଥିଲେ । କ୍ୟାରିଅର୍‌ରେ ଆଗକୁ ବଢ଼ିବା ଲାଗି ସେ ସମ୍ମୁଖୀନ ହୋଇଥିବା ଆହ୍ୱାନ କଥା ମନେପକାଇ ଭାବବିହ୍ୱଳ ହୋଇପଡ଼ିଥିଲେ । ‘ଆଟ୍ଟମ୍‌’, ‘କନ୍ତାରା’, ‘କେଜିଏଫ୍‌-୨’ ଓ ‘ବ୍ରହ୍ମାସ୍ତ୍ର’ ଭଳି କିଛି ପୁରସ୍କାର ବିଜେତା ଫିଲ୍ମର ଦୃଶ୍ୟ ସହିତ ସମାରୋହ ଆରମ୍ଭ ହୋଇଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.