ପ୍ରମୂଖ ଖବର
  • କୋଣାର୍କ : ୨ ବେଆଇନ କରତକଳ ଉପରେ ଚଢାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ବରଗଡ ମୁଖ୍ୟ କାରାଗାରରେ ଅଘଟଣ, ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ
  • ||
  • ସୁନ୍ଦରଗଡ଼ : ଧାର ଟଙ୍କା ମାଗିବାରୁ ଟାଙ୍ଗିଆରେ ଆକ୍ରମଣ କଲା ଦୁର୍ବୃତ୍ତ, ଯୁବକ ମୃତ
  • ||
  • ଚମ୍ପୁଆ ରେଞ୍ଜରେ ହାତୀପଲଙ୍କ ଉପଦ୍ରଦବ ପରେ ଜଳକ୍ରୀଡା, ମନୋରମ ଦୃଶ୍ୟ ଦେଖିବାକୁ ଲୋକଙ୍କ ଭିଡ଼
  • ||
  • କୋରାପୁଟ : ସ୍କୁଟି ଉପରେ ଚଢିଗଲା ଟ୍ରକ୍‌; ଜଣେ ମୃତ, ଜଣେ ଆହତ
  • ||
  • ବଣାଇ : ନଦୀକୁ ମାଛ ଧରିବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ଉଦ୍ଧାର ହେଲା ମୃତଦେହ
  • ||
  • ଦଶମଥର ଅପରିବର୍ତ୍ତିତ ରହିଲା ରେପୋ ରେଟ୍ , ୬.୫%ରେ ହିଁ ରେପୋ ରେଟ୍ ସ୍ଥିର
  • ||
  • ଚାନ୍ଦବାଲି : ମଦ୍ୟପଙ୍କ ଆତ୍ମହତ୍ୟା ଉଦ୍ୟମ, ପଚାଶ ଫୁଟ ବିଜୁଳି ଖୁଣ୍ଟିରୁ ଜଳି ଜଳି ତଳକୁ ଖସିଲେ ଯୁବକ
  • ||
  • ଖୋର୍ଦ୍ଧା : ଫାଟିଲା ଏୟାର ପ୍ରେସର ଟାଙ୍କି; ଜଣେ ମୃତ, ୨ ଗୁରୁତର
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଧାମନଗର ଓ ଦୋବଲରୁ ହଟିଲା ୧୬୩ ଧାରା
  • ||
  • ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ୍‌: ଆଜି ଭାରତ-ଶ୍ରୀଲଙ୍କା ଟକ୍କର, ଏସିଆ କପ୍‌ ପରାଜୟ ପ୍ରତିଶୋଧ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
  • ||
  • ଆଜିଠୁ ବିଜେଡିର ସଭ୍ୟ ସଂଗ୍ରହ, ଶଙ୍ଖ ଭବନରେ ଶୁଭାରମ୍ଭ କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ
  • ||
  • ଲମତାପୁଟ : ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||
  • ଭାରତ ଓ ବାଂଲାଦେଶ ଦ୍ୱିତୀୟ ଟି-ଟ୍ୱେଣ୍ଟି: ଫୋକସ୍‌ରେ ବିସ୍ଫୋରକ ବ୍ୟାଟିଂ, ସିରିଜ କବ୍‌ଜା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
  • ||
  • ଖଲ୍ଲିକୋଟ : ୨ ମାସ ପରେ ମିଳିଲା ଚୋରି ସୁନା, ସୁନା ଜବତ କରି ମାଲିକକୁ ହସ୍ତାନ୍ତର କଲା ପୋଲିସ
  • ||
  • ଆଜି ୩୫ ଲକ୍ଷ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା, ବାରିପଦାରେ ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ପୀଠରେ ଆରମ୍ଭ ହେବ ତ୍ରିଦିନାତ୍ମକ ପୂଜା: ଆଜି ଶ୍ରୀମନ୍ଦିରରେ ମହାସପ୍ତମୀ, ନିଶାର୍ଦ୍ଧରେ ଠାକୁରାଣୀଙ୍କୁ ଆମିଷ ଭୋଗ ଲାଗିବ
  • ||

୭୪୯.୯ ମେଗାୱାଟ୍ ଅକ୍ଷୟ ଶକ୍ତି ପ୍ରକଳ୍ପକୁ ସିଙ୍ଗଲ୍ ୱିଣ୍ଡୋ କମିଟିରେ ଅନୁମୋଦନ

ଭୁବନେଶ୍ୱର: ୩୦।୯: ରାଜ୍ୟ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସପ୍ତମ ସିଙ୍ଗଲ୍ ୱିଣ୍ଡୋ କମିଟି(ଏସ୍‌.ଡ଼ବ୍ଳ୍ୟୁ.ସି)ର ବୈଠକରେ ମୋଟ ୭୪୯.୯ ମେଗାୱାଟ୍ ଅକ୍ଷୟଶକ୍ତି ଉତ୍ପାଦନ ପାଇଁ ଆସିଥିବା ୪,୬୭୧ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବକୁ ନୀତିଗତ ଅନୁମୋଦନ ହୋଇଅଛି । ସବୁଜଶକ୍ତି ପ୍ରକଳ୍ପ ସ୍ଥାପନ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ଏହି ପୁଞ୍ଜିନିବେଶ ପ୍ରଦୂଷଣ ହ୍ରାସ ଲାଗି ରାଜ୍ୟ ସରକାରଙ୍କ ଦୃଢ ପ୍ରତିବଦ୍ଧତାକୁ ଦର୍ଶାଉଅଛି । 

ଏହି ସପ୍ତମ ସିଙ୍ଗଲ୍ ୱିଣ୍ଡୋ କମିଟି ଦ୍ୱାରା ଅନୁମୋଦିତ ପ୍ରକଳ୍ପ ଗୁଡିକ ମଧ୍ୟରେ ରହିଛି କଳାହାଣ୍ଡି ଜିଲ୍ଲାରେ ଓ.ଏଚ୍.ପି.ସି ଦ୍ୱାରା ସ୍ଥାପିତ ହେବାକୁ ଥିବା ୬୦୦ ମେଗାୱାଟ କ୍ଷମତା ସଂପନ୍ନ ପମ୍ପଡ୍ ଷ୍ଟୋରେଜ୍ ପ୍ଲାଣ୍ଟ୍ (ପି.ଏସ୍.ପି) ପ୍ରକଳ୍ପ, ଓଏନଜିସି ତ୍ରିପୁରା ପାୱାର୍ କମ୍ପାନୀ ଲିମିଟେଡ୍ (ଓଟିପିସିଏଲ୍) ଦ୍ୱାରା ନବରଙ୍ଗପୁର, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ ସ୍ଥାପିତ ହେବାକୁ ଥିବା ମୋଟ ୧୪୮.୫ ମେଗାୱାଟ୍ କ୍ଷମତା ସଂପନ୍ନ ତିନି ଗୋଟି ପବନ ଶକ୍ତି ପ୍ରକଳ୍ପ ଏବଂ ଭୁବନେଶ୍ୱରର ପଟିଆ ଠାରେ ୧.୪ ମେଗାୱାଟ୍ କ୍ଷମତା ସଂପନ୍ନ ରୁଫ୍ ଟପ୍ ସୌର ପ୍ରକଳ୍ପ । 

ଶକ୍ତି ବିଭାଗ ଏବଂ ଏହାର ପ୍ରମୁଖ ସଂସ୍ଥା ଗ୍ରିଡକୋ ମାଧ୍ୟମରେ ରାଜ୍ୟ ସରକାର ଓଡିଶାରେ ଅକ୍ଷୟ ଶକ୍ତି ପ୍ରକଳ୍ପର ବିକାଶକୁ ତ୍ୱରାନ୍ୱିତ କରିବାକୁ ପ୍ରତିଶ୍ରୁତିବଦ୍ଧ ଅଟନ୍ତି। ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟ ଶକ୍ତି ବିଭାଗର ସିଙ୍ଗଲ୍ ୱିଣ୍ଡୋ କମିଟି(ଏସ୍‌.ଡ଼ବ୍ଳ୍ୟୁ.ସି)“ଓଡ଼ିଶା ଅକ୍ଷୟଶକ୍ତି ନୀତି-୨୦୨୨” ଅନୁଯାୟୀ, ଆଜି ସୁଦ୍ଧା  ୧୨୪୯.୩୮ ମେଗାୱାଟ   ଅକ୍ଷୟଶକ୍ତି ଉତ୍ପାଦନ ପାଇଁ ମୋଟ ୮୩୯୫.୩୮ କୋଟି ଟଙ୍କା ନିବେଶ ପ୍ରସ୍ତାବକୁ ନୀତିଗତ ଅନୁମୋଦନ ପ୍ରଦାନ କରିଛି |

ଏହି ପୁଞ୍ଜି ନିବେଶ ପ୍ରସ୍ତାବ ଗୁଡ଼ିକ ରାଜ୍ୟର ଶକ୍ତି କ୍ଷେତ୍ରରେ ରୂପାନ୍ତରଣ   ଆଣିବା ସହ ସବୁଜ ଶକ୍ତି ପ୍ରକଳ୍ପର ବିକାଶକୁ ସୁଦୃଢ଼ କରିବ ଏବଂ ୨୦୩୦ ସୁଦ୍ଧା ୧୦ ହଜାର ମେଗାୱାଟ୍ ଅକ୍ଷୟ ଶକ୍ତି ଉତ୍ପାଦନ ଲକ୍ଷ୍ୟ ପୂରଣ କରିବା ପାଇଁ ଓଡିଶାର ପ୍ରତିବଦ୍ଧତାକୁ ନିଶ୍ଚିତ କରିବା ଦିଗରେ ସହାୟତା କରିବ ।  ରାଜ୍ୟ ସରକାରଙ୍କ ଏହି ନିରନ୍ତର ପ୍ରୟାସ ଫଳରେ ସବୁଜ ଶକ୍ତି ବୃଦ୍ଧି, ଅଙ୍ଗାରକାମ୍ଳ ନିର୍ଗମନ ହ୍ରାସ କରିବା ଏବଂ ପରିବେଶ ସୁରକ୍ଷା ଦିଗରେ ସ୍ଥିର ହୋଇଥିବା ଦୀର୍ଘସ୍ଥାୟୀ ଲକ୍ଷ୍ୟ ପୂରଣ ସହିତ ରାଜ୍ୟର ବିକାଶ ସମ୍ଭବ ହୋଇପାରିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.