PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଶେଷରେ ଚେତିଲେ ସମ୍ବଲପୁର ପୁଲିସ, ଭାଙ୍ଗିଲା କୋରେକ୍ସ ମାଫିଆଙ୍କ ଘର
  • ||
  • ବଲାଙ୍ଗୀର: ରାସ୍ତା ଉପରେ ଜଳିଗଲା ଚଳନ୍ତା କାର୍, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ନୂଆପଡ଼ା : ଘର ଭିତରୁ ବୃଦ୍ଧାଙ୍କୁ ଟାଣିନେଲା ମହାବଳ ବାଘ, ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ
  • ||
  • ବିଶ୍ୱ ଘରଚଟିଆ ଦିବସ, ଏ ବର୍ଷର ଥିମ୍ ‘ଆଇ ଲଭ୍‌ ସ୍ପାରୋ’..
  • ||
  • ଭୁବନେଶ୍ଵର : ଆଜି ବିଶ୍ୱ ପଖାଳ ଦିବସ, ପାଗ ଖରାପ ଲାଗି ଟିକେ ମାନ୍ଦା, ଆଗୁଆ ପାଳିଲେ ଆମିଷ ପ୍ରେମୀ
  • ||
  • କେନ୍ଦୁଝର ସଦର : ଥାନାରେ ପହଞ୍ଚିଲା ସ୍ଵାମୀ-ସ୍ତ୍ରୀଙ୍କ କଳି, ଫାଶୀ ଲଗାଇ ଆତ୍ମହତ୍ୟା କଲା ସ୍ଵାମୀ
  • ||
  • ବୌଦ୍ଧ : କେନ୍ଦୁକାଠ ବୋଝେଇ ଟ୍ରକ୍ ଜବତ, ୩ ଗିରଫ
  • ||

ବୌଦ୍ଧରେ ୭୪ ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ବୌଦ୍ଧ,୨୬/୦୧: ବୌଦ୍ଧ ଜିଲ୍ଲା ସଦର ମହକୁମା ପରେଡ ପଡିଆ ଠାରେ ୭୪ ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ସତ୍ୟ ରଂଜନ ସାହୁ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ ଓ ଉପସ୍ଥିତ ଜନତାଙ୍କୁ ଉଦବୋଧନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଏସପି ପ୍ରହଲ୍ଲାଦ ସହାୟ ମୀନ ଉପସ୍ଥିତ ଥିଲେ । ପରେଡକୁ ପୁଲିସ ଆରଆଇ ମଧୁ ସୁଦନ ମହାପାତ୍ର ପରିଚାଳନା କରିଥିଲେ ।

ପରେଡରେ ୪୬ଟି ଦଳ ଅଂଶ ଗ୍ରହଣ କରିଥିଲେ। ଶାରୀରିକ କ୍ରୀଡା ଓ କୈତୁକ୍ ପୋଷାକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରୋଗୀ,ଜେଲରେ ଅନ୍ତ ବେଶୀ ଙ୍କୁ ଫଳ ବଣ୍ଟନ କରାଯାଇଥିଲା। ପୁଷ୍ପ ପ୍ରଦର୍ଶନୀ, ବନ୍ଧୁତା ପୂର୍ଣ୍ଣ ଫୁଟବଲ ମ୍ୟାଚ୍, କବିତା ପାଠ ଆଦି ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିଆର ସିଂହ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

ସମ୍ବନ୍ଧିତ ଖବର