ପ୍ରମୂଖ ଖବର
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱ ବିଦ୍ୟାଳୟରେ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ

Published By : Ladu Kishor | January 27, 2025 8:18 PM

ଭୁବନେଶ୍ୱର ୨୭/୦୧ : ରବିବାର ଦିନ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ସୋଆର କୁଳାଧିପତି ପ୍ରଫେସର (ଡଃ) ଅମିତ ବାନାର୍ଜୀ ଜାତୀୟ ପତାକା ଉତୋଳନ କରିବା ସହ ଫ୍ୟାକଲ୍ଟି ମେମ୍ବର୍ସ ଏବଂ ଛାତ୍ରଛାତ୍ରୀ ମାନଙ୍କୁ ଏକ ସଶକ୍ତ ଏବଂ ସମୃଦ୍ଧ ରାଷ୍ଟ୍ର ନିର୍ମାଣ ପ୍ରକ୍ର୍ରିୟାରେ ସହଯୋଗ କରିବାକୁ ପରାମର୍ଶ ଦେଇଥିଲେ। 

ଉଚ୍ଚ ଶିକ୍ଷା, ଗବେଷଣା ଏବଂ ସ୍ୱାସ୍ଥ୍ୟ ସେବାକୁ ନେଇ ରାଷ୍ଟ୍ର ନିର୍ମାଣ ପ୍ରକ୍ରିୟାରେ ଶିକ୍ଷା ଓ ଅନୁସନ୍ଧାନ ଅଗ୍ରଣୀ ଭୂମିକା ନେଉଛି । ତେଣୁ ଆପଣଙ୍କର କଠିନ ପରିଶ୍ରମ ଓ ଉତ୍ସର୍ଗୀକୃତ ମନୋଭାବ ସୋଆ ପରିବାରକୁ ଆହୁରି ଉଚ୍ଚକୁ ନେବ ବୋଲି ପ୍ରଫେସର ବାନାର୍ଜି କହିଛନ୍ତି । 

ବିଶ୍ୱବିଦ୍ୟାଳୟର ଷ୍ଟାଡିୟମ୍‌ରେ ଆୟୋଜିତ ସମାରୋହରେ ସୋଆର ଭାରାପ୍ରାପ୍ତ କୁଳପତି ତଥା ଡିନ୍ (ସ୍ପନ୍ସର୍ଡ ରିସର୍ଚ୍ଚ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍ କନ୍‌ସଲ୍‌ଟାନ୍ସି) ପ୍ରଫେସର ପ୍ରଶାନ୍ତ କୁମାର ପାତ୍ର, ବିଭିନ୍ନ ଅନୁଷ୍ଠାନର ଡିନ୍‌, ନିର୍ଦ୍ଦେଶକ, ଛାତ୍ର ଏବଂ ଅଧିକାରୀମାନେ ଉପସ୍ଥିତ ଥିଲେ ।

ସୋଆର ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ, ଏନ୍‌ସିସ କ୍ୟାଡେଟ, ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀ, ସୋଆ ପରିଚାଳିତ ଯୁକ୍ତ ଦୁଇ ବିଜ୍ଞାନ କଲେଜ ଏବଂ ସିକ୍ୟୁରିଟି ୱିଙ୍ଗ ପରେଡରେ ଅଂଶଗ୍ରହଣ କରିଥିଲେ । ପ୍ରଥମ ଥର ପାଇଁ ବିଶ୍ୱବିଦ୍ୟାଳୟର ଫ୍ଲାଗ୍ ୟୁନିଟ୍ ପରେଡରେ ଭାଗ ନେଇଥିବା ବେଳେ ପ୍ରଥମ ସ୍ଥାନ ଅଧିକାର କରିଥିଲେ । ସେହିପରି ସୋଆ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍‌ର ଛାତ୍ରଛାତ୍ରୀ ଦ୍ୱିତୀୟ ସ୍ଥାନ ଏବଂ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ତୃତୀୟ ସ୍ଥାନ ଅଧିକାର କରିଥିଲେ । ସୋଆ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । 

ପୂର୍ବରୁ ବିଶ୍ୱବିଦ୍ୟାଳୟ ପରିସରରେ ସୋଆର ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ ଜାତୀୟ ପତାକା ଉତୋଳନ କରିଥିଲେ । ଏହି ଅବସରରେ ସୋଆର ଉପଦେଷ୍ଟା ମଣ୍ଡଳୀର ଅଧ୍ୟକ୍ଷ ପ୍ରଫେସର ଦାମୋଦର ଆଚାର୍ଯ୍ୟ, ୟୁନିଭର୍ସିଟି ଆଉଟ୍‌ରିଚ୍ ପ୍ରୋଗ୍ରାମ୍‌ର ନିର୍ଦ୍ଦେଶକ ପ୍ରଫେସର ନଚିକେତା ଶର୍ମା, ଡିଷ୍ଟିଙ୍ଗୁଇସଡ୍ ଉମାଚରଣ ମହାନ୍ତି ଏବଂ ଜଏଂଟ ରେଜିଷ୍ଟ୍ରାର ଶ୍ରୀ ଭୀଷ୍ମ ଚରଣ ଦାସ ଓ ଶ୍ରୀ ଶଶାଙ୍କ ମିଶ୍ର ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.