ପ୍ରମୂଖ ଖବର
  • ଅଗଷ୍ଟ ୧୬ରେ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ, ଏସ୍‌ଓଏସ୍‌ସି ଫଳ; ମଧାହ୍ନ ୧୨ଟାରେ ୱେବ୍‌ସାଇଟ୍‌ରେ ଉପଲବ୍ଧ ହେବ ରେଜଲ୍ଟ
  • ||
  • ଭାରତକୁ ଆମେରିକାର ଧମକ, ରୁଷ ସହ କଥା ବିଗିଡ଼ିଲେ ଟାରିଫ୍‌ ବଢ଼ିବ: ଆଜି ଆଲାସ୍କାରେ ଟ୍ରମ୍ପ-ପୁଟିନ୍‌ ଆଲୋଚନା
  • ||
  • ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ନୀତି, ଶୁକ୍ରବାର ସାନ୍ଧ୍ୟା ୭ଟାରୁ ରାତି ୧୨ଟା ଯାଏ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • କୋଣାର୍କ : ରୋଷେଇ କରିବା ବେଳେ ଗ୍ୟାସ୍‌ରେ ଲାଗିଲା ନିଆଁ, ଦମ୍ପତିଙ୍କ ସମେତ ୩ ଗୁରୁତର
  • ||
  • ୭୯ତମ ସ୍ୱାଧୀନତା ଦିବସ, ଲାଲକିଲ୍ଲାରୁ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ
  • ||
  • ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ; ଆସୁଛି ଆଉ ଦୁଇ ଲଘୁଚାପ, ଭରଣା ହେବ ନିଅଣ୍ଟିଆ ବର୍ଷା
  • ||
  • ଦେଶ ପାଳୁଛି ୭୯ତମ ସ୍ବାଧୀନତା ଦିବସ, ଲାଲକିଲ୍ଲାରେ ତ୍ରିରଙ୍ଗା ଉଡ଼ାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||

ବୌଦ୍ଧରେ ୭୯ତମ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ

Published By : Harapriya Sethi | August 15, 2025 11:43 AM

ବୌଦ୍ଧ,୧୫/୦୮: ବୌଦ୍ଧ ଜିଲ୍ଲା ଷ୍ଟାଡିୟମ ଠାରେ ୭୯ତମ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ମହାସାରୋହ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟଅତିଥି ଭାବରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ । ଉତ୍ସବରେ ଅନ୍ୟତମ ଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ଗୋଏଲ ଯୋଗଦେଇଥିଲେ । 

ପରେଡରେ ଆଇଆରବି ୫ମ ବାଟାଲିୟନ, ଜିଲ୍ଲା ପୁଲିସ ଯବାନ, ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ । ପରେଡରେ ୩୫ ଗୋଟି ଦଳ ଭାଗ ନେଇଥିଲେ ।  ପରେଡକୁ ରିଜର୍ଭ ଇନିସପେକ୍ଟର କୁଳମଣି ଗିରି ପରିଚାଳନା କରିଥିଲେ ।ଏଥିରେ ସର୍ଜେଣ୍ଟ ଖଗେଶ୍ୱର ବିଶ୍ୱାଳ ସହଯୋଗ କରିଥିଲେ । ପ୍ରତ୍ୟୁଷରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ସହରରେ ରାମଧୂନ ପ୍ରଚାର କରାଯିବାପରେ ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରା ଯାଇଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.