ପ୍ରମୂଖ ଖବର
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

କଳା ପୋଷାକ ପିନ୍ଧି ଆସିଲେ, ମୁଣ୍ଡିଆ ମାରି ବିଧାନସଭାକୁ ପ୍ରବେଶ କଲେ କଂଗ୍ରେସ ବିଧାୟକ ତାରା ବାହିନୀପତି

Published By : Prameya | March 21, 2025 10:51 AM

ଭୁବନେଶ୍ୱର ୨୧/୦୩: ହଟିଲା ନିଲମ୍ବନ, ଦୀର୍ଘ ୧୦ ଦିନ ପରେ ବିଧାନସଭାକୁ ପ୍ରବେଶ କଲେ ଜୟପୁର କଂଗ୍ରେସ ବିଧାୟକ ତାରା ବାହିନୀପତି। କଳା ପୋଷାକ ପିନ୍ଧି ଗୃହକୁ ଆସିଥିଲେ। ବିଧାନସଭା ଗୃହ ବାହାରରେ ମୁଣ୍ଡିଆ ମାରିବା ପରେ ପ୍ରବେଶ କରିଥିଲେ।ସେହିଭଳି ତାରାଙ୍କ ସସ୍‌ପେଣ୍ଡକୁ ବିରୋଧ କରି କଳା ଦିବସ ପାଳନ କରୁଛି କଂଗ୍ରେସ। ଏଥିପାଇଁ କଂଗ୍ରେସ ସମସ୍ତ ସଦସ୍ୟ କଳା ପୋଷାକ ପିନ୍ଧି ଗୃହକୁ ଆସିବା ସହ ଘଣ୍ଟ ବାଡେଇ ପ୍ରତିବାଦ କରିଥିଲେ। ଗତ ୧୧ ତାରିଖରେ ବିଧାନସଭାରେ ବିଶୃଙ୍ଖଳା କରିବା ଅଭିଯୋଗରେ ତାରା ବାହିନୀପତିଙ୍କୁ ୭ଟି କାର୍ଯ୍ୟ ଦିବସ ପାଇଁ ନିଲମ୍ବିତ କରିଥିଲେ ବାଚସ୍ପତି ସୁରମା ପାଢୀ ।

ଉଲ୍ଲେଖ ଯୋଗ୍ୟ ଯେ,ଗତ ୧୧ ତାରିଖରେ ଅଧିବେଶନ ଚାଲିଥିବା ବେଳେ ଗୃହ ଭିତରେ ବିଶୃଙ୍ଖଳା କରିଥିଲେ ତାରା । ଏହାପରେ ତାରାଙ୍କୁ ୭ଟି କାର୍ଯ୍ୟ ଦିବସ ପାଇଁ ସସ୍‌ପେଣ୍ଡ କରିଥିଲେ ବାଚସ୍ପତି । ତେବେ ତାରାଙ୍କୁ ନିଲମ୍ବନ ପ୍ରତିବାଦରେ କକ୍ଷତ୍ୟାଗ କରିଥିଲେ କଂଗ୍ରେସ ବିଧାୟକ । ଗାନ୍ଧୀ ମୂର୍ତ୍ତି ତଳେ ବସି ସାରା ରାତି ପ୍ରତିବାଦ କରିବାକୁ ନିଷ୍ପତ୍ତି ନେଇଥିଲେ । ପିସିସି ସଭାପତି ପହଞ୍ଚି ବୁଝାସୁଝା କରିବା ପରେ ଧାରଣାରୁ ଉଠିଥିଲେ ଦଳର ବିଧାୟକ । ତାରାଙ୍କ ନିଲମ୍ବନକୁ ବିଜେଡି ବିଧାୟକ ସମର୍ଥନ କରିଥିଲେ। ତାଙ୍କ ନିଲମ୍ବନ ପ୍ରତ୍ୟାହାର ପାଇଁ ସର୍ବଦଳୀୟ ବୈଠକ ମଧ୍ୟ ବସିଥିଲା। ତେବେ କୌଣସି ନିଷ୍କର୍ସ ବାହାରିପାରିନଥିଲେ। ଆଜି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ବିଧାନସଭା ଅଧିବେଶନରେ ଯୋଗ ଦେଇଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.