ପ୍ରମୂଖ ଖବର
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ଛାତ୍ରାବାସରୁ ନାବାଳକର ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Published By : Harapriya Sethi | January 29, 2025 12:17 PM

ଭୁବନେଶ୍ୱର,୨୯/୦୧: ଅନୁସୂଚିତ ଜନଜାତି ଛାତ୍ରାବାସରୁ ସପ୍ତମ ଶ୍ରେଣୀ ଛାତ୍ରର ମୃତଦେହ ଉଦ୍ଧାର । ମୃତକ ନବରଙ୍ଗପୁର ଜିଲ୍ଲା କଚ୍ଚାରପଡାର ଲାଳଧର ମାଝୀ ହୋଇଥିବା ବେଳେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଗୋଡାଲ ସ୍ଥିତ ଅନୁସୂଚିତ ଜନଜାତି ଛାତ୍ରାବାସରେ ଏଭଳି ଅଭାବନୀୟ ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ମଙ୍ଗଳବାର ବିଳମ୍ୱିତ ରାତିରେ ଛାତ୍ରାବାସରେ ଲାଳଧରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇଥିଲା । ଏହା ଦେଖି ଛାତ୍ରାବାସର କର୍ମଚାରୀ ତୁରନ୍ତ ତାଙ୍କୁ ସିନାପାଲି ହସ୍ପିଟାଲକୁ ଚିକିତ୍ସା ପାଇଁ ନେଇଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ଖବର ପାଇବା ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି । ଅନ୍ୟପଟେ ଏନେଇ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ପରେ ଛାତ୍ରାବାସରେ ଏକ ଟିମ୍‌ ପହଞ୍ଚି ଚଦନ୍ତ କରିବ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.