ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଗଜପତିରେ ଅପରେସନ ଗ୍ରୀନ୍ କ୍ଲିନ୍‌, ୮ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ

Published By : Harapriya Sethi | November 24, 2024 8:44 AM

ମୋହନା, ୨୪/୧୧: ଗଜପତି ଜିଲ୍ଲାରେ ଚାଲିଛି ଅପରେସନ ଗ୍ରୀନ କ୍ଲିନ୍ । ମୋହନା ଥାନା ଅନ୍ତର୍ଗତ ଶିକୁଳିପଦର ପଞ୍ଚାୟତ ନାରିଙ୍ଗି ଗାଁ ନିକଟରେ ଚଢାଉ କରି ୮ କୋଟିରୁ ଅଧିକ ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କରିଛି ପୋଲିସ ଏବଂ ଅବକାରୀ ବିଭାଗ ।

ସୂଚନା ମୁତାବକ, ନାରିଙ୍ଗି ଗାଁ ନିକଟସ୍ଥ ଜମିରେ ବିପୁଳ ପରିମାଣର ଗଞ୍ଜେଇ ଚାଷ ହୋଇଥିବା ପୋଲିସକୁ ଏକ ବିଶେଷ ସୂତ୍ରରୁ ଖବର ମିଳିଥିଲା । ଖବର ପାଇ ଗଜପତି ଏସପି ଯତୀନ୍ଦ୍ର ପଣ୍ଡାଙ୍କ ନେତୃତ୍ୱରେ ଗତ ଶୁକ୍ରବାର ଉକ୍ତ ସ୍ଥାନରେ ଚଢାଉ କରାଯାଇଥିଲା । ସେଠାରୁ ପ୍ରାୟ ୪୩ ଏକର ଜଙ୍ଗଲ ଜମିରେ ହୋଇଥିବା ବେଆଇନ ଗଞ୍ଜେଇ ଗଛକୁ କାଟି ପୋଡ଼ି ନଷ୍ଟ କରିଥିଲା ପୋଲିସ ଏବଂ ଅବକାରୀ ବିଭାଗ । ନଷ୍ଟ କରାଯାଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୮ କୋଟି ଟଙ୍କାରୁ ଅଧିକ ହେବ ବୋଲି ପୋଲିସ ସୂଚନା ଦେଇଛି । 

ଏହି ଚଢାଉରେ ପୋଲିସ, ଅବକାରୀ ବିଭାଗ, ବନ ବିଭାଗର କର୍ମଚାରୀ ଓ ରାଜସ୍ୱ କର୍ମଚାରୀ ସାମିଲ ଥିଲେ । ପ୍ରତିବର୍ଷ ଗଜପତି ଜିଲ୍ଲାରେ ଗଞ୍ଜେଇ ଚାଷ ନଷ୍ଟ ପାଇଁ ପୋଲିସ ପକ୍ଷରୁ ଅପରେସନ ଗ୍ରୀନ କ୍ଲିନ୍ ଅଭିଯାନ ହେଉଥିବା ବେଳେ ଗଞ୍ଜେଇ ଚାଷ ବନ୍ଦ ହେଉନାହିଁ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.