ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଠାକୁରାଣୀ ଯାତ୍ରା ଚାଲିଥିବା ବେଳେ ମହୁମାଛି ଆକ୍ରମଣ : ୮ ଆହତ

Published By : Suraj Kumar | April 3, 2025 11:00 PM

ବୋରିଗୁମ୍ମା,୩।୪ :  ବୋରିଗୁମ୍ମା କୁପିଆ ଗାଁରେ ଠାକୁରାଣୀ ଯାତ୍ରା ଚାଲିଥିବା ବେଳେ ମହୁମାଛି ଆକ୍ରମଣ । ଏଥିରେ ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ  ୨ ଜଣଙ୍କ ଗୁରୁତର ଅବସ୍ଥା ରହିଛି। 

ବୋରିଗୁମ୍ମା କୁପିଆ ଗାଁରେ ଠାକୁରାଣୀ ଯାତ୍ରା ଚାଲିଥିଲା ଆଖପାଖ ଅଞ୍ଚଳର ଶହ ଶହ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା। ସେହି ସମୟରେ ଏକ ପୁରୁଣା ଗଛରେ ମହୁଫେଣା ରହିଥିଲା । ହଠାତ ମହୁମାଛି ଆସି ଲୋକଙ୍କୁ ଆକ୍ରମଣ କଲେ । ଯିଏ ଯୁଆଡେ ଚାହିଁଲେ ପ୍ରାଣ ବିକଳରେ ଦୌଡ଼ିବାକୁ ଲାଗିଲେ। ସେଥିମଧ୍ୟରୁ ୮ ଆହତ ହୋଇଛନ୍ତି। ସମସ୍ତଙ୍କୁ ବୋରିଗୁମ୍ମା ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ସେଥିମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ଥିବା ଯୋଗୁଁ ଡାକ୍ତର ତାଙ୍କୁ ଜୟପୁର ଜିଲ୍ଲା ମେଡ଼ିକାଲକୁ ସ୍ଥାନାନ୍ତରିତ କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.