ପ୍ରମୂଖ ଖବର
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ରାଜ୍ୟ କ୍ୟାବିନେଟ ବୈଠକରେ ୮ ପ୍ରସ୍ତାବ ଅନୁମୋଦନ : ନିଯୁକ୍ତି ପରୀକ୍ଷାରେ ଅନିୟମିତତା କଲେ ଜେଲ ସହ ଅର୍ଥ ଦଣ୍ଡ

Published By : Suraj Kumar | November 13, 2024 7:54 PM

ଭୁବନେଶ୍ବର,୧୩।୧୧ : ରାଜ୍ୟ କ୍ୟାବିନେଟ ବୈଠକରେ ୮ ପ୍ରସ୍ତାବ ଉପରେ ମୋହର ଲାଗିଛି। ସେଥିମଧ୍ୟରୁ  ୫ ଟି ମସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ପ୍ରସ୍ତାବ ରହିଛି। ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଧ୍ୟେୟକ ୨୦୨୪ ପ୍ରଣୟଣକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି  । କୌଣସି ସରକାରୀ ପରୀକ୍ଷା ପ୍ରକ୍ରିୟାରେ ବ୍ୟାଘାତ କିମ୍ବା ଚଞ୍ଚକତା କଲେ ରହିବ ଦଣ୍ଡ ବିଧାନ । ୩ ରୁ ୫ ବର୍ଷ ଜେଲ ସହ ୧୦ ଲକ୍ଷ ଜୋରିମାନା  କରାଯିବ। ସେହିପରି ସେବା ପ୍ରଦାନ କାରୀକୁ ଏକ କୋଟି  ଟଙ୍କା ପର୍ଯ୍ୟନ୍ତ ଜରିିମାନା ହୋଇପାରେ ।

ପ୍ରାଣୀ ସମ୍ପଦ ସମୃଦ୍ଧି ଯୋଜନାକୁ କ୍ୟାବିନେଟରେ ଅନୁମୋଦନ କରାଯାଇଛି। ଏଥିରେ  ୫ ବର୍ଷରେ ଖର୍ଚ୍ଚ ହେବ ୧୦୩୧ କୋଟି   । ୩ ଲକ୍ଷରୁ ଅଧିକ ଚାଷୀ ଉପକୃତ ହେବ।  ୫  ଲକ୍ଷ ଅଣ୍ଡା ପ୍ରତିଦିନ ଉତ୍ପାଦନ ହେବ । ୯୫.୫୮ ମେଟ୍ରିକ ଟନ କୁକୁଡ଼ା ମାଂସ ଉତ୍ପାଦନ ହେବ । ସେହିପରି ମସ୍ୟ କ୍ଷେତ୍ରରେ ଭିତ୍ତି ଭୂମି ସୃଦୁଢ ପାଇଁ ୩ ବର୍ଷ ପାଇଁ ୪୪୯ କୋଟି ଟଙ୍କା ଖର୍ଚ୍ଚ ହେବ। ଗୋ-ମାତା ନାରେ  ଏକ ନୂଆ ଯୋଜନାକୁ ମଞ୍ଜୁରୀ ମିଳିଛି ।ଏଥିରେ  ୩ ବର୍ଷ ପାଇଁ ୩୪୨ କୋଟି ଟଙ୍କା ଖର୍ଚ୍ଚ ହେବ।  ବାର୍ଷିକ ୨.୫ କୋଟି ଭ୍ୟାକ୍ସିନ, ୧.୩୦ କୋଟି ପ୍ରାଣୀଧନ ଚିକିତ୍ସା କରାଯିବ । 

ଜଳ ସମ୍ପଦ ଭିତ୍ତି ଭୂମି ଉନ୍ନୟନ କାର୍ଯ୍ୟକ୍ରମରେ ୯୬୫୨  କୋଟି ବ୍ୟୟବରାଦକୁ କ୍ୟାବିନେଟ ଅନୁମୋଦନ ମିଳିଛି। ଏହି କାର୍ଯ୍ୟକ୍ରମରେ ୬୪୩୫  ହେକ୍ଟର ସେଚା ଅଞ୍ଚଳ ଏବଂ ଏକ ଲକ୍ଷ ୫୮ ହଜାର ହେକ୍ଟର ଅତିରିକ୍ତ ସେଚା ଜଳ ସୃଷ୍ଟି କରାଯିବ  ବୋଲି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୂଚନା ଦେଇଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.