ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

କପ୍ତିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଶୁଣାଣିରେ ସମାଧାନ ହେଲା ୮୫ ଅଭିଯୋଗ; ୭୩ ବ୍ୟକ୍ତିଗତ, ୧୨ ସାମୂହିକ...

Published By : Ladu Kishor | March 24, 2025 11:08 PM

ଉଦଳା,୨୪/୩ : କପ୍ତିପଦା ଉପଖଣ୍ଡ ଉଦଳା ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଜି ଏକ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ହେମକାନ୍ତ ସୟ ଏବଂ ଆରକ୍ଷୀ ଅଧୀକ୍ଷକ ବରୁଣ ଗୁଣ୍ଟୁପାଲି ଯୋଗଦେଇ ୮୫ଟି ଜନ ଅଭିଯୋଗର ଶୁଣାଣି କରିଛନ୍ତି । ଉପଖଣ୍ଡର ଉପଜିଲ୍ଲାପାଳ ସୁଶାନ୍ତ କୁମାର ବାରିକଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ଶିବିରରେ ପ୍ରକଳ୍ପ ପ୍ରଶାସକ ଆଇଟିଡିଏ ନରେନ୍ଦ୍ର ଖମାରୀ, ଭାରପ୍ରାପ୍ତ ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ହୃଷିକେଶ ନାଏକ, ଉପଖଣ୍ଡ ଚିକିତ୍ସାଳୟ ଅଧୀକ୍ଷକ ଡ. ଲକ୍ଷ୍ମୀକାନ୍ତ ପତି ଯୋଗ ଦେବା ସହ ଉପଖଣ୍ଡର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାଙ୍କ ସମେତ ଜିଲ୍ଲା ଓ ଉପଖଣ୍ଡ ତଥା ବ୍ଲକସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ । ସମସ୍ତ ଅଭିଯୋଗରୁ ୭୩ଟି ବ୍ୟକ୍ତିଗତ ସମସ୍ୟା ସମ୍ବଳିତ ଥିବା ସ୍ଥଳେ ୧୨ଟି ସାମୂହିକ ସମସ୍ୟା ଉପରେ ଆଧାରିତ ଥିଲା। ସେଥି ମଧ୍ୟରୁ ୯ଟି ସମସ୍ୟାର ତତ୍କାଳ ସମାଧାନ କରାଯାଇ ୮ ଜଣଙ୍କୁ ଚିକିତ୍ସା ନିମନ୍ତେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪୦ ହଜାର ଟଙ୍କା ଏବଂ ଜଣଙ୍କୁ ରେଡ଼କ୍ରସ ପାଣ୍ଠିରୁ ୨୦୦୦ ଟଙ୍କାର ଚେକ୍‌ ପ୍ରଦାନ କରାଯାଇଥିଲା । 

ଆଜିର ଶୁଣାଣିରେ ବିଭିନ୍ନ ବିଭାଗ ପାଇଁ ଆସିଥିବା ଅଭିଯୋଗ ଗୁଡିକ ମଧ୍ୟରେ କପ୍ତିପଦା ବ୍ଲକ କାଳିଅଳମ୍‌ ଗ୍ରାପ ନୂଆସାହି ତଳସାହି ଗ୍ରାମର ୫/୬ ଘରକୁ ବିଦ୍ୟୁତ୍‌ ସଂଯୋଗ, ଗୋପବନ୍ଧୁ ନଗର ବ୍ଲକ ଆରପଟା ପଞ୍ଚାୟତର ବିଭିନ୍ନ ପ୍ରକଳ୍ପରେ ମିଥ୍ୟା ବିଲ କରି ସରକାରୀ ଅର୍ଥ ବାଟମାରଣା, ଉଦଳା ବ୍ଲକ୍‌ ରାଢ଼ା କେଜିବିଭି ବିଦ୍ୟାଳୟରେ ଥିବା ୱାଡ଼େନଙ୍କ ବିରୁଦ୍ଧରେ ଅଭିଯୋଗ, ରାଢ଼ା ଗ୍ରାପର ବେଲପୋଖରୀଟିକୁ ଅମୃତ ସରୋବର କରିବା ଆଦି ଅଭିଯୋଗ ଗୁଡ଼ିକ ଉପରେ ବିଚାର କରି ତାର ସମାଧାନ ନିମନ୍ତେ ବିଭିନ୍ନ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଡେପୁଟି କଲେକ୍ଟର ପ୍ରତୀକ କୁମାର ପଣ୍ଡା, ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସରୋଜ କୁମାର ପ୍ରଧାନ ଓ କାର୍ଯ୍ୟାଳୟର କର୍ମଚାରୀ ଶାଙ୍ଖାଇ ହେମ୍ବ୍ରମ, ରମେଶ ପୃଷ୍ଟି, ସାଇ ସ୍ୱରୂପ କର, ତାପସ ପ୍ରଧାନ, ଉଷାରାଣୀ ବିନ୍ଧାଣୀ, ଭବାନୀ  ପଣ୍ଡା,  ଉଦୟ ନାୟକ, କୈଳାସ ଦନୈକ, ଅଜିତ୍‌ ମହାପାତ୍ର ଓ ଅନ୍ୟାନ୍ୟ କର୍ମଚାରୀ ପ୍ରମୁଖ ସହଯୋଗ କରିଥିଲେ

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.