ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଟ୍ରକ୍ ସହ ମାଡ଼ ହେଲା ପିକଅପ୍ ଭ୍ୟାନ୍: ୯ ମୃତ, ୨୩ ଆହତ

ରାୟପୁର,୨୯।୪:  ଛତିଶଗଡ଼ର ବେମେତାରା ଜିଲ୍ଲାରେ ଭୟଙ୍କର ଦୁର୍ଘଟଣା। ରବିବାର  ବିଳମ୍ବିତ ରାତିରେ ଏକ ଟ୍ରକ୍ ଓ ପିକଅପ୍ ଭ୍ୟାନ୍ ମଧ୍ୟରେ ଧକ୍କା ହେବାରୁ ୮ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୨୩ ଜଣ ଗୁରୁତର ହୋଇଥିବାର ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ୫ ମହିଳା ଓ ୩ ଛୁଆ ଅଛନ୍ତି। ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି।ସେମାନଙ୍କୁ ରାୟପୁର ସ୍ଥାନାନ୍ତର କରାଯାଇଛି। ଅନ୍ୟମାନେ ଚିକିତ୍ସା ନିମନ୍ତେ ବେମତରା ଓ ସିମଗା ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସୋମବାର ପୋଲିସ ଏହି ସୂଚନା ଦେଇଛି। 

ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ  ଦୁଃଖ ପ୍ରକାଶ କରିଛନ୍ତି। ସେ ତାଙ୍କ ସୋସିଆଲ୍ ମିଡିଆ ହ୍ୟାଣ୍ଡେଲରେ ଲେଖିଛନ୍ତି ଆହତଙ୍କ ଉନ୍ନତ ଚିକିତ୍ସା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ମୃତକଙ୍କ ପରିବାର ପ୍ରତି ମୁଁ ମୋର ଗଭୀର ସମବେଦନା ଜଣାଉଛି ଏବଂ ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି। ଅନ୍ୟପକ୍ଷରେ, ଆଜି ସକାଳେ ଦୁର୍ଗ ଆଇଜି, ଦୁର୍ଗ ଡିଭିଜନ୍ କମିଶନର, ବେମେତାରା ଏସପି ଏବଂ କଲେକ୍ଟର ଘଟଣା ସ୍ଥଳକୁ ଯାଞ୍ଚ କରିଛନ୍ତି।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.