ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହି ବସ୍, ୯ ଆହତ

ରେଢାଖୋଲ, ୦୫/୦୨ : ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହି ବସ୍ । ସମ୍ବଲପୁର ଜିଲ୍ଲା ଚାରମାଳ ସୁଖାନାଳ ଠାରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୯ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। 

ସୂଚନା ଅନୁଯାୟୀ, ଏକ ଯାତ୍ରୀବାହି ବସ୍ ଭୁବନେଶ୍ୱରରୁ ହୀରାକୁଦ ଯାଉଥିଲା। ଭୋର ସମୟରେ ଚାରମାଳ ସୁଖାନାଳ ଠାରେ ବସ୍‌ଟି ହଠାତ୍ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଯାହାଫଳରେ ଗାଡି ଥିବା ଯାତ୍ରୀଙ୍କ ମଧ୍ୟରୁ ୯ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.