ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅରୁଣାଚଳ ପ୍ରଦେଶର ୩ ଖେଳାଳିଙ୍କୁ ଚୀନ୍ ଦେଲାନି ଏସିଆନ୍ ଗେମ୍ସରେ ଏଣ୍ଟ୍ରି
  • ||
  • କଟକ: କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଗୁରୁତର, ଘରୋଇ ହସ୍ପିଟାଲରେ ଭର୍ତ୍ତି
  • ||
  • ଏବେ ସୁଦ୍ଧା ବାତ୍ୟା ସୂଚନା ନାହିଁଁ, ଅକ୍ଟୋବର ପ୍ରଥମ ସପ୍ତାହରେ ଲଘୁଚାପ ସମ୍ଭାବନା:IMD ଡିଜି
  • ||
  • ରିଆମାଳ: ସାତକିଆରୀ ଡ୍ୟାମ୍‌ର ହ୍ୟୁମ ପାଇପ୍‌ରୁ ବାହାରୁଛି ଅସହ୍ୟ ଦୁର୍ଗନ୍ଧ, ପଚା ଶବ ଥିବା ସନ୍ଦେହ
  • ||
  • ଚଣ୍ଡୀଗଡ଼: ଟସ୍ ଜିତି ଭାରତ ବୋଲିଂ ନିଷ୍ପତ୍ତି, ବ୍ୟାଟିଂ କରିବ ଅଷ୍ଟ୍ରେଲିଆ
  • ||
  • ଭୁବନେଶ୍ୱର: ରାଜଧାନୀରେ ଗର୍ଜିଲେ ଆଙ୍ଗନବାଡ଼ି ଦିନ, ୧୦ ଦଫା ଦାବି ନେଇ ଆନ୍ଦୋଳନ
  • ||
  • କଟକ: ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍ ଯଦୁମଣି ମାଝୀ, ୪ହଜାର ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଟିମ୍
  • ||
  • ପୁରୀ: ୨୪ରୁ ଗଡ଼ିବ ପୁରୀ-ରାଉରକେଲା ବନ୍ଦେ ଭାରତ, କଟକ ଦେଇ ଚାଲିବ ଟ୍ରେନ୍‌
  • ||
  • ଭୁବନେଶ୍ୱର; ଓଡ଼ିଶାର ପ୍ରଥମ ମହିଳା ବାଚସ୍ପତି ଭାବେ ଶପଥ ନେଲେ ପ୍ରମିଳା ମଲ୍ଲିକ
  • ||
  • ଭୁବନେଶ୍ୱର: ମାୟାବିନୀ ଇରାନୀର ହନିଟ୍ରାପ୍‌ ମାମଲା: ବାପିର ରିମାଣ୍ଡ ସରିଲା, ଏଥର ଇରାନୀ ପାଳି, ବ୍ୟାଙ୍କ ଆକାଉଣ୍ଟ ତଥ୍ୟ ମାଗିଲା ପୁଲିସ
  • ||
  • ସୁନ୍ଦରଗଡ଼ : ସୁନ୍ଦରଗଡ଼ରୁ ପୁଣି ୫ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ, ୨୧୧ରେ ପହଞ୍ଚିଲା ପଜିଟିଭ୍ ସଂଖ୍ୟା
  • ||
  • କଣାସ : ଡ଼ଙ୍ଗା ନେଇ ଚିଲିକାକୁ ଯିବାବେଳେ ଅଘଟଣ, ମତ୍ସ୍ୟଜୀବୀ ନିଖୋଜ
  • ||
  • ଚନ୍ଦ୍ରର ଦକ୍ଷିଣ ମେରୁରେ ଉଇଁଲା ସୂର୍ଯ୍ୟ: ଆଜି ବିକ୍ରମ, ପ୍ରଜ୍ଞାନର ନିଦ ଭାଙ୍ଗିବ !ଯୋଗାଯୋଗ ପାଇଁ ଚେଷ୍ଟା କରିବ ଇସ୍ରୋ
  • ||
  • ଭୁବନେଶ୍ୱର:ଆଜିଠୁ ବିଧାନସଭା ଅଧିବେଶନ, ଅକ୍ଟୋବର ୪ ପର୍ଯ୍ୟନ୍ତ ଚାଲିବ: ପ୍ରଥମ ଦିନରେ ଆସିବ ଅତିରିକ୍ତ ବଜେଟ୍
  • ||
  • ଭୁବନେଶ୍ୱର: ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା! ଓଡ଼ିଶା-ଆନ୍ଧ୍ର ଉପକୂଳ ମୁହାଁଇପାରେ, ଆଣିପାରେ ପ୍ରବଳ ବର୍ଷା
  • ||

ରେଳ ଧାରଣା ଉପରେ ଭୁଶୁଡ଼ି ପଡ଼ିଲା ବିଶାଳ ଶାଳ ଗଛ, ଚାପି ହୋଇ ମହିଳା ଗୁରୁତର, ଅଟକିଛି ମେମୁ ଟ୍ରେନ୍

ବେତନଟୀ, ୦୭/୦୯ : ବେତନଟୀ ରେଳ ଷ୍ଟେସନ୍‌ରେ ଅଘଟଣ। ରୁପ୍ସାରୁ ବାଙ୍ଗିରିପୋଷି ଅଭିମୁଖେ ଯାଉଥିବା ଏକ ମେମୁ ଟ୍ରେନ୍ ବେତନଟୀ ଷ୍ଟେସନ ଅତିକ୍ରମ କରିବାର ମାତ୍ର ୫ ମିନିଟ୍ ପରେ ରେଳ ଧାରଣା ଉପରେ ଭୁଶୁଡ଼ି ପଡିଲା ଶତାୟୁ ବିଶାଳ ଶାଳଗଛ l ବେତନଟୀ ଷ୍ଟେସନଠାରୁ ମାତ୍ର ୨ ଶହ ମିଟର ଦୂରରେ ଏହି ଅଘଟଣ ଘଟିଛି। ଗଛ ତଳେ ଚାପି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଗଛ ଭୁଶୁଡ଼ି ପଡ଼ିବା ଫଳରେ ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ ବିଚ୍ଛେଦ ହୋଇଯାଇଛି l ବାଙ୍ଗିରିପୋଷି ଅଭିମୁଖେ ଯାଉଥିବା ମେମୁ ଟ୍ରେନ କେସିପୁର ଷ୍ଟେସନରେ ଅଟକି ରହିଛି l ଏପଟେ କେସିପୁର ଷ୍ଟେସନରେ ମେମୁ ଟ୍ରେନ ଅଟକି ରହିଥିବାରୁ ଭଞ୍ଜପୁର ଷ୍ଟେସନରେ ମରାମତି ପାଇଁ ରହିଥିବା ସହାୟକ ଟ୍ରେନ ଘଟଣାସ୍ଥଳରେ ପହଞ୍ଚି ପାରୁନାହିଁ l ଫଳରେ ବାଲେଶ୍ୱରରୁ ଏକ ଅତିରିକ୍ତ ଟ୍ରେନ୍ ମରାମତି ପାଇଁ ଘଟଣାସ୍ଥଳକୁ ଆସୁଥିବା ନେଇ ଉପସ୍ଥିତ ରେଳ ବିଭାଗର କର୍ମଚାରୀ ସୂଚନା ଦେଇଛନ୍ତି l 


PrameyaOdia
prameyanews
prameya

Copyright © 2022 - Summa Real Media Private Limited. All Rights Reserved.