ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଟ୍ରକ୍ ଧକ୍କାରେ ଓଲଟିଲା ଯାତ୍ରୀବାହୀ ବସ୍, ୫ ଯାତ୍ରୀ ଆହତ

ଖୋର୍ଦ୍ଧା, ୦୩/୦୨ : ଟ୍ରକ୍ ଧକ୍କାରେ ଓଲଟିଲା ଯାତ୍ରୀବାହୀ ବସ୍। ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ୧୬ ନଂ ଜାତୀୟ ରାଜପଥ ସୁବୁଦ୍ଧିପାଟଣା ଛକରେ ଏହି ଦୁର୍ଘଟଣା ଘଟିଛି। ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, "ନମସ୍କାର"  ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍ ୪୫ ଜଣ ଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ସୁବୁଦ୍ଧିପାଟଣା ଛକ ନିକଟରେ ଏକ ଟ୍ରକ୍ ବସ୍‌କୁ ଧକ୍କା ଦେଇଥିଲା। ଫଳରେ ବସ୍‌ଟି ଓଲଟି ଯାଇଥିଲା। ତେବେ ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସ୍ଥାନୀୟ ଲୋକେ ଏବଂ ବାଲୁଗାଁ ପୋଲିସ, ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଯାତ୍ରୀଙ୍କୁ ସୁରକ୍ଷିତ ଅବସ୍ଥାରେ ଉଦ୍ଧାର କରିଛନ୍ତି । ଏହି ଦୁର୍ଘଟଣାରେ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.