ପୁରୀ, ୧୩।୧୧ ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଭକ୍ତଙ୍କ ଦର୍ଶନ ନେଇ ନିଆଯିବ ସ୍ୱତନ୍ତ୍ର ପଦକ୍ଷେପ। ପରିକ୍ରମା ପ୍ରକଳ୍ପର ଶୁଭ ଉଦ୍ଘାଟନ ପରେ ଉତ୍ତର ଦ୍ୱାର ଦେଇ ଦିବ୍ୟାଙ୍ଗ ମାନଙ୍କ ନିମନ୍ତେ କରାଯିବ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା। ଶ୍ରୀମନ୍ଦିର ରୀତି ନୀତି ଓ ପରମ୍ପରାକୁ ନଜରରେ ରଖି ଦିବ୍ୟାଙ୍ଗ ଦର୍ଶନ ସ୍ୱତନ୍ତ୍ର ଏସଓପି ଦ୍ୱାରା କରାଯିବାକୁ ରହିଛି ଲକ୍ଷ୍ୟ। ପ୍ରତିଦିନ ସ୍ୱତନ୍ତ୍ର ସମୟରେ ସ୍ୱତନ୍ତ୍ର ଭାବେ ଏହି ଦର୍ଶନ ବ୍ୟବସ୍ଥା କରାଯିବ।
ଛତିଶା ନିଯୋଗ ଓ ପରିଚାଳନା କମିଟିର ଅନୁମୋଦନ ନିଆଯାଇ ଦିବ୍ୟାଙ୍ଗ ମାନଙ୍କୁ ଏହି ଦର୍ଶନ ବ୍ୟବସ୍ଥାରେ ସାମିଲ କରାଯିବ। ପରିକ୍ରମା ପ୍ରକଳ୍ପରେ ଉତ୍ତର ଦ୍ୱାର ଠାରେ ଦିବ୍ୟାଙ୍ଗଙ୍କ ପାଇଁ କରାଯାଇଛି ସ୍ୱତନ୍ତ୍ର ବିଶ୍ରାମ ଗୃହ। ଶ୍ରୀକ୍ଷେତ୍ର ଦିବ୍ୟାଙ୍ଗ ସେବା ସଂଗଠନର ଦାବି ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି।
ଆହୁରି ପଢନ୍ତୁ : ଲେଖିକାଙ୍କୁ ଜବରଦସ୍ତ ଟଙ୍କା ମାଗିବା ଅଭିଯୋଗ, ଅଭିନେତ୍ରୀ ମୌସୁମୀ ନାୟକ ଗିରଫ